Get Updates
Get notified of breaking news, exclusive insights, and must-see stories!

ଐତିହାସିକ ବାଲିଯାତ୍ରା ପ୍ଲଟ ଆବଣ୍ଟନ ପାଇଁ ଅକ୍ଟୋବର ୩୦ରୁ ପଞ୍ଜିକରଣ

ଆସନ୍ତା ନଭେମ୍ବର ୨୭ ତାରିଖରୁ କଟକର ବିଶ୍ବପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା । ନଭେମ୍ବର ୨୭ ରୁ ଆରମ୍ଭ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ବାଲିଯାତ୍ରା । ତଳ ଓ ଉପର ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେବ । ବର୍ଗଫୁଟ ପ୍ରତି ସର୍ବନିମ୍ନ ୫୦ ଟଙ୍କା ଧାର୍ଯ୍ୟ କରାଯାଇଛି । ତେବେ ଏ ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ଲଟ୍ ଆବଣ୍ଟନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପୃଷ୍ଠପୋଷକ ମାନଙ୍କ ପାଇଁ ୩୦ ଅକ୍ଟୋବର ରୁ ୩ ନଭେମ୍ବର ପଞ୍ଜିକରଣ ହେବ। ବାରବାଟୀ ପ୍ୟାଲେସରେ ଆସନ୍ତା ୩୦ ଅକ୍ଟୋବରରୁ ୩ ନଭେମ୍ବର ପର୍ଯ୍ୟନ୍ତ ପଞ୍ଜିକରଣ ଚାଲିବ । ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ଲଟ ନିଲାମ ହେବ। ପ୍ଲଟ୍ ସଂକ୍ରାନ୍ତୀୟ ସମସ୍ତ ସୂଚନା www.cuttack.nic.in କିମ୍ବା www.baliyatra.org ୱେବ୍‌ସାଇଟ୍‌ରେ ଉପଲବ୍ଧ କରାଯିବ । ଦୁଇଟି ପ୍ରକାରର ପ୍ଲଟ୍ ଆବଣ୍ଟନ କରାଯିବ ।

ଚଳିତ ବାଲିଯାତ୍ରାକୁ ଅଧିକରୁ ଅଧ‌ିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ବାଲିଯାତ୍ରା ପାଇଁ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଥିଲା ।

BALI_YATRA

ବିଗତ ବାଲିଯାତ୍ରା ସମୟରେ ଇଣ୍ଡୋନେସିଆର ବାଲିଦ୍ୱୀପରେ ଉପସ୍ଥିତଥିବା ପ୍ରଧାନମନ୍ତ୍ରୀ କଟକ ବାଲିଯାତ୍ରାର ଅବତାରଣା କରି ଭୂୟସୀ ପ୍ରଶଂସା କରିଥିଲେ । କଟକ ମହାନଗର ନିଗମ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା 'କାଗଜ ଡଙ୍ଗା ତିଆରି କାର୍ଯ୍ୟକ୍ରମ' ଗିନିଜ୍ ବୁକ୍ ଅଫ ୱାଲ୍ଡ ରେକର୍ଡରେ ସ୍ଥାନୀତ ହୋଇଥିଲା ।

ବିଗତ ବର୍ଷ ତୁଳନାରେ ଚଳିତ ବର୍ଷର ବାଲିଯାତ୍ରାକୁ ଅଧିକ ଚିତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ଵୟ ରକ୍ଷା କରିବା ଉପରେ ଗୁରୁତ୍ୱାରୋପ ପୂର୍ବକ ଚଳିତ ବାଲିଯାତ୍ରାର ପ୍ରଥମ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଥିଲା । ବାଲିଯାତ୍ରାକୁ ନୂତନ ଢଙ୍ଗରେ, ଶୃଙ୍ଖଳିତ ଭାବରେ ସଂଗଠିତ କରି ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବା ସଙ୍ଗେ ସଙ୍ଗେ ବାଲିଯାତ୍ରାର ଐତିହ୍ୟକୁ ଉଦଭାସିବ କରାଯିବ ।

ୱାଟକୋ ଦ୍ଵାରା ପାନୀୟଜଳ ଯୋଗାଣ, ଟିପିସିଓଡିଏଲ ଦ୍ଵାରା ଆଲୋକିକରଣ, ଓରମାସ ଆନୁକୂଲ୍ୟରେ ପଲ୍ଲିଶ୍ରୀ ମେଳା ଆୟୋଜନ ଓ ଷ୍ଟଲ ସଂଖ୍ୟା ୪୦୦କୁ ବୃଦ୍ଧି କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+