ଆଜିଠାରୁ BSKY ‘ନବୀନ’ କାର୍ଡ ଆବେଦନ ପାଇଁ ପଞ୍ଜୀକରଣ ଆରମ୍ଭ
ଆଜିଠାରୁ ବିଏସ୍କେୱାଇ 'ନବୀନ' କାର୍ଡ ଆବେଦନ ପାଇଁ ପଞ୍ଜୀକରଣ ଆରମ୍ଭ । ଜାନୁୟାରୀ ୧୬ ତାରିଖ ଯାଏଁ ଅନ୍ଲାଇନ୍ ପଞ୍ଜୀକରଣର ହେବ । BSKYରୁ ବାଦ୍ ପଡ଼ିଥିବା ପରିବାର ଲାଗି ନବୀନ କାର୍ଡ ଉଦ୍ଦିଷ୍ଟ ହବ । ଏହି କାର୍ଡ ଲାଗି ଯୋଗ୍ୟ ଆଶାୟୀ ଅନ୍ଲାନ୍ରେ କରିପାରିବେ ଆବେଦନ ।
ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି ।
BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି । ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।

ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି। ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି ।
ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ଆମ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ - ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ ।












Click it and Unblock the Notifications