ବାତ୍ୟା ୟଶ ପ୍ରଭାବିତ ଅଞ୍ଚଳରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ବଣ୍ଟନ
ବାତ୍ୟା ୟଶ ପ୍ରବାଭିତ ଜିଲ୍ଲାମାନଙ୍କରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।
ଭୁବନେଶ୍ବର: ବାତ୍ୟା ୟଶ ପ୍ରବାଭିତ ଜିଲ୍ଲାମାନଙ୍କରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରିଲିଫ୍ ଏବଂ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ ଏବଂ ଛାତ୍ର ବିଜେଡ଼ି ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲା ଗ୍ରସ୍ତ କରିଛନ୍ତି ।

ଉଭୟ ପ୍ରଥମେ ବାଲେଶ୍ଵର ଜିଲ୍ଲା ଗ୍ରସ୍ତ କରି ବାତ୍ୟା ୟାସ୍ ପ୍ରଭାବିତ ସମସ୍ତ ଅଞ୍ଚଳ ଗୁଡ଼ିକୁ ପରିଦର୍ଶନ କରିବା ସହ ରିଲିଫ୍ ସାମଗ୍ରୀ ବଣ୍ଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ କହିଥିଲେ "ମାନ୍ୟବର ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜୁ ଯୁବ ଛାତ୍ର ଜନତା ଦଳ ସର୍ବଦା ସାମାଜିକ ପ୍ରତିବଦ୍ଧତା ନିମନ୍ତେ ସଂକଳ୍ପବଦ୍ଧ। ବାଲେଶ୍ଵର, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲା ରେ ସ୍ବଭାବିକ ପରିସ୍ଥିତି ଫେରି ଆସିବା ପର୍ଯ୍ୟନ୍ତ ଏହି ରିଲିଫ୍ ବଣ୍ଟନ କାର୍ଯ୍ୟକ୍ରମ ଜାରି ରହିବ । ଯୁବ ଛାତ୍ର ନେତୃବୃନ୍ଦଙ୍କ ସାମାଜିକ ସହଯୋଗ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରୁଛି " ।













Click it and Unblock the Notifications