ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ: ପରେଡ଼ରେ ମୋଟ ୬୪ କଣ୍ଟିଜେଣ୍ଟ ଭାଗ ନେଲେ
ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ରଘୁବାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଏହି ସମାରୋହରେ ଉପସ୍ଥିତ ଥିଲେ ।
ରାଜ୍ୟପାଳ ରଘୁବର ଦାସ ସକାଳ ୮.୨୮ ରେ ମହାତ୍ମା ଗାନ୍ଧୀ ମାର୍ଗରେ ପହଞ୍ଚିବା ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ ଓ ସମର ଶିକ୍ଷାର୍ଥୀ ବାହିନୀର ଉପମହାନିର୍ଦ୍ଦେଶକ କମୋଡର ଜେ. ସୁରେଶ ମାନ୍ୟବର ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ ।

ରାଜ୍ୟପାଳ ରଘୁବର ଦାସ ୮.୩୦ ମିନିଟ୍ ସମୟରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଗଞ୍ଜାମ ଏ.ଏସ୍.ପି. ମିସ୍ ଏ.ବି. ଶିଳ୍ପା ପ୍ୟାରେଡ୍ ପରିଚାଳନା କରିଥିଲେ । ନବମ ଏସ୍.ଆଇ.ଆର୍. ବାଟାଲିୟନ୍, କଳାହାଣ୍ଡିର ସନ୍ତୋଷ କୁମାର ବିଶ୍ୱାଳ ଦ୍ୱିତୀୟ ପରିଚାଳକ ଭାବେ ଏବଂ ଭୁବନେଶ୍ୱର ସପ୍ତମ ବାଟାଲିୟନ୍ର ଏସିପି ଭବାନୀ ପ୍ରସାଦ ଜେନା ଆଡ୍ଜୁଟାଣ୍ଟ ଓ ଭୁବନେଶ୍ୱର ସପ୍ତମ ବାଟାଲିୟନ୍ର ଆସିଷ୍ଟାଣ୍ଟ କମିଶନର ପରମେଶ୍ୱର ହାଁସ୍ଦା ସ୍ୱତନ୍ତ୍ର ଅଧିକାରୀ ଭାବେ ପ୍ୟାରେଡ୍ ପରିଚାଳନାରେ ସହାୟତା କରିଥିଲେ ।
ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ ପରେ ୧୬ଟି ସାମରିକ ବାହିନୀ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ୩୪ଟି ବେସାମରିକ ଦଳ ସମୁଦାୟ ୫୦ଟି ଦଳ ମିଳିତ ପ୍ୟାରେଡ୍ରେ ଅଂଶଗ୍ରହଣ କରିଥିଲେ । ସମ୍ମିଳିତ ପ୍ୟାରେଡ୍ ଅନୁଷ୍ଠିତ ହେବା ପରେ ପରେ ବିଭିନ୍ନ ସାଂସ୍କୃତିକ ଦଳ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।
ଏହା ପରେ ପ୍ରଜ୍ଞାପନ ମେଢ଼ଗୁଡ଼ିକ ଅଭିବାଦନ ମଞ୍ଚ ଅତିକ୍ରମ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ , ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଗୃହନିର୍ମାଣ ଓ ନ ଗର ଉନ୍ନୟନ ବଭାଗ, ୱାଟ୍କୋ, ପର୍ଯ୍ୟଟନ ବିଭାଗ, ଅନୁସୂଚିତ ଜନାଜତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ , ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ପୂର୍ତ୍ତ ବିଭାଗ, ଓଡ଼ିଶା ଖଣି ନିଗମ ସାମାଜିକ , ଓଡ଼ିଶା ଅଗ୍ନିଶମ ସେବା ଯାନ ପକ୍ଷରୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଭିନ୍ନ ବିଭାଗର ଶାସନ ସଚିବ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଏବଂ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ନିର୍ଦ୍ଦେଶକ ସୁରେନ୍ଦ୍ର ନାଥ ପରିଡ଼ା ପ୍ରମୁଖଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀବନ୍ଦୃ, ସାଧାର ଣତନ୍ତ୍ର ଦିବସ ଉତ୍ସବ ରେ ଉପସ୍ଥିତ ଥିଲେ ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications