Get Updates
Get notified of breaking news, exclusive insights, and must-see stories!

Republic Day 2025: ପ୍ରଥମ ଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳନ

ଦେଶବ୍ୟାପୀ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି। ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ବାଲେଶ୍ବରର ସୁବର୍ଣ୍ଣ ଦ୍ବୀପ, ଭଦ୍ରକର ନୟାଟାପୁର, ଉଡ଼ାବାଲି, କନିକା ଦ୍ବୀପ, ଲଙ୍ଗ ହୁଇଲର ଦ୍ବୀପ, ସର୍ଟ ଆଇଲାଣ୍ଡ ଓ ସ୍ମଲ ହୁଇଲର ଦ୍ବୀପ , ଜଗତସିଂହପୁରର ବୋଇତରକୁଦ, ଜଟାଧାରୀ ତଣ୍ଡା, ବରକୁଦରେ ଉଡିଛି ତ୍ରିରଙ୍ଗା ।ପୂର୍ବରୁ କୋଷ୍ଟଗାର୍ଡ ପକ୍ଷରୁ ଜାଗା ଚିହ୍ନଟ କରାଯାଇଥିଲା । ଏନେଇ ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ଶୁକ୍ରବାର ପୂର୍ବାହ୍ଣ ଭୁବନେଶ୍ୱରସ୍ଥିତ ଶାଖା କାର୍ଯ୍ୟାଳୟରେ ପୂର୍ବ ସମୁଦ୍ର ତଟର କୋଷ୍ଟଗାର୍ଡ କମାଣ୍ଡର ଏଡିଜି ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।

ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସେ ଡିଜିପିଙ୍କ ସହିତ ଆଲୋଚନା କରିଥିଲେ। ଏହାସହ ଆଗାମୀ ଦିନରେ ଉପକୂଳ ସୁରକ୍ଷା ନିମନ୍ତେ ଉଭୟ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି କାର୍ଯ୍ୟ କରିବା ଉପରେ ବୈଠକରେ ମତପ୍ରକାଶ ପାଇଥିଲା।

Republic Day 2025

ଆଗାମୀ ଦିନରେ ତଟ ସୁରକ୍ଷା ଏବଂ ଓଡ଼ିଶା ପୁଲିସର ଅଧିକାରୀଙ୍କୁ ନେଇ ଏକ ସ୍ବତନ୍ତ୍ର ବୋର୍ଡ ଗଠନ କରାଯିବ। ଏହି ଦୁଇ ବିଭାଗର ଅଧିକାରୀ ସମ୍ପୂର୍ଣ୍ଣ ଉପକୂଳ ଅଞ୍ଚଳକୁ ତନ୍ନତନ୍ନ କରି ଯାଞ୍ଚ କରିବେ। ସମୁଦ୍ରକୂଳ ଥାନାକୁ ବୋଟ୍‌ ଯୋଗାଇ ଦିଆଯିବ ବୋଲି ଡିଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହାସହ ତଟ ସୁରକ୍ଷା ବାହିନୀ ଏବଂ ଭାରତୀୟ ନୌବାହିନୀରେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିବା ଯବାନଙ୍କୁ ଆଗାମୀ ଦିନରେ ସମୁଦ୍ରକୂଳ ଥାନାରେ ନିଯୁକ୍ତି ଦିଆଯିବ। ଓଡ଼ିଶା ପୁଲିସ ଏବଂ ତଟ ସୁରକ୍ଷା ସହ ଯେଉଁ ସମ୍ପର୍କ ସ୍ଥାପନ ହୋଇଛି, ତାହା ଦୀର୍ଘସ୍ଥାୟୀ ରଖିବାକୁ ସବୁବେଳେ ଉଦ୍ୟମ ଜାରି ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+