Republic Day 2025: ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ ?
Republic Day 2025: ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ଏକ ଅତିଥି ତାଲିକା ପ୍ରକାଶ ପାଇଛି । ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ହରିବାବୁ କମ୍ଭମପତି।
ଜାତୀୟ ପତାକା ଉତ୍ତୋଳନ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଦିନ ମନ୍ତ୍ରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତାଲିକା ପ୍ରକାଶ କରାଯାଇଛି।ଯେଉଁମାନେ କି ଜାନୁଆରୀ ୨୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପତାକା ଉତ୍ତୋଳନ କରିବେ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅନ୍ୟ ମନ୍ତ୍ରୀମାନଙ୍କୁ ୧୫ଟି ଜିଲ୍ଲାରେ ଦାୟିତ୍ୱ ଦିଆଯାଇଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ପୁରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଖୋର୍ଦ୍ଧାରେ ପତାକା ଉତ୍ତୋଳନ କରିବେ।

ସେହିପରି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ସୁନ୍ଦରଗଡ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୁବର୍ନପୁର, ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କୋରାପୁଟ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଜଗତସିଂହପୁର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯାଜପୁର, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ରାୟଗଡା, ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଗଜପତି ପତାକା ଉତ୍ତୋଳନ କରିବେ ।
Republic Day 2025: ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ ?#RepublicDay2025 pic.twitter.com/UMdrJpQdhb
— Oneindiaodia News (@Oneindia_odia) January 21, 2025
କୃଷ୍ଣଚନ୍ଦ୍ର ମହାପାତ୍ର ବାଲେଶ୍ୱର, ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କେନ୍ଦୁଝର, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ନୂଆପଡା, ହସ୍ତତନ୍ତ ଏବଂ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଢେଙ୍କାନାଳ, ମତ୍ସ୍ୟ ଏବଂ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ମାଲକାନଗିରି, ଶିଳ୍ପ ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ନୟାଗଡରେ ପତାକା ଉତ୍ତୋଳନ କରିବେ ।
ତେବେ ଆରଡିସିମାନେ କେନ୍ଦ୍ରାପଡା, ବ୍ରହ୍ମପୁର ଏବଂ ରାଉରକେଲାରେ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ବାକି ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳମାନେ ଏହି ଦାୟିତ୍ୱ ସମ୍ପାଦନ କରିବେ।












Click it and Unblock the Notifications