ଗଣତନ୍ତ୍ର ଦିବସ: ରାଜ୍ୟପାଳ ପୋଲିସ ପଦକ 2023 ଘୋଷଣା
ଭୁବନେଶ୍ୱର: ଆଉ କିଛି ଦିନ ପରେ ସାରା ଦେଶରେ ପାଳନ ହେବ ଗଣତନ୍ତ୍ର ଦିବସ । ଏହା ସହ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ଏଥି ମଧ୍ୟରେ 2023 ରେ ଉଲ୍ଲେଖନୀୟ କାମ ପାଇଁ ରାଜ୍ୟପାଳ ପୋଲିସ୍ ପଦକ ଘୋଷଣା କରାଯାଇଛି ।

ଏଥର ମୋଟ 20 ଜଣଙ୍କୁ ରାଜ୍ୟପାଳ ପୋଲିସ୍ ପଦକ ପ୍ରଦାନ କରାଯିବ । ଏ ନେଇ ରାଜ୍ୟପାଳ ଅଫିସ୍ ପକ୍ଷରୁ ତାଲିକା ଘୋଷଣା କରାଯାଇଛି । 2 ଜଣ ଆଇଜିଙ୍କ ସମେତ ମୋଟ୍ 20 ଜଣ ପୋଲିସ କର୍ମଚାରୀ ପାଇବେ ସମ୍ମାନଜନକ ରାଜ୍ୟପାଳ ପଦକ ।
କାଟାଗୋରି 1 ରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ ଓ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ ପୋଲିସ ପଦକ ପାଇବେ । ସେହିଭଳି କାଟାଗୋରି 2ରେ ଗଞ୍ଜାମ ଏସପି ଜଗମୋହନ ମୀନା ଓ ସମ୍ବଲପୁର ଏସପି ମୁକେଶ ଭାମୁ ପାଇବେ ଏହି ପୁରସ୍କାର । କାଟାଗୋରି 3 ରେ ବରିଷ୍ଠ ଓପିଏସ ତଥା ବିପିଏସପିଏର ଅତିରିକ୍ତ ଏସପି ଉଦୟଭାନୁ ମିଶ୍ର, ଏସିପି ମାନସ ଗଡ଼ନାୟକ ଏହି ପୁରସ୍କାର ପାଇବେ । କାଟାଗୋରି 4 ରେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ଅନୀଲ ଆନନ୍ଦ, ଗଞ୍ଜାମ ପାଟପୁର ଥାନା ଇନ୍ସପେକ୍ଟର ସବ୍ୟସାଚୀ ମଲ୍ଲ , ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଇନ୍ସପେକ୍ଟର ହେମାମାଳିନୀ ନାୟକ ପାଇବେ ପଦକ ।
ସେହିପରି କାଟାଗୋରି 5ରେ ରାଉରକେଲା ଏସଆଇ ଦିଲ୍ଲୀପ ନାୟକ, ଭୁବନେଶ୍ୱର କମିଶନରେଟ ପୋଲିସ ଏସଆଇ ଯୁଗଳ ଚରଣ ସ୍ୱାଇଁ, ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଏସଆଇ ସଞ୍ଜୟ ପଟ୍ଟନାୟକ ପୋଲିସ ପଦକ ପାଇବେ । କାଟାଗୋରି 6 ରେ ଏଏସଆଇ ବିକାଶ ପାତ୍ର, ପ୍ରଜାପତି ମେହେର ଓ ପ୍ରଶାନ୍ତ ବିଶ୍ୱାଳ ପାଇବେ ସମ୍ମାନଜନକ ପଦକ । କାଟାଗୋରି 7 ରେ କନଷ୍ଟେବଳ ରମେଶ ସାହୁ, ସନାତନ ସାହୁ, ନରେଶ ଚୌଧୁରୀ, ଓଏସଏପି ସିପାହୀ ବିଶ୍ୱକର୍ମା ମୁଣ୍ଡା ଓ ସିପାହୀ କେଦାରନାଥ ମିଶ୍ର ରାଜ୍ୟପାଳ ପୋଲିସ ପଦକ ପାଇବାକୁ ମନୋନୀତ ହୋଇଛନ୍ତି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications