Get Updates
Get notified of breaking news, exclusive insights, and must-see stories!

ସାଧାରଣତନ୍ତ୍ର ଦିବସ; ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ, କଟକରେ ମୁଖ୍ୟମନ୍ତ୍ରୀ

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ପାଇଁ ପ୍ରକାଶ ପାଇଲା ଅତିଥି ତାଲିକା। କିଏ କେଉଁଠାରୁ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବେ ସେନେଇ ତାଲିକା ଜାରି କରାଯାଇଛି। ଭୁବନେଶ୍ବରରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ହେବ। ମହାତ୍ମାଗାନ୍ଧି ମାର୍ଗରେ ମହାମହିମ ରାଜ୍ୟପାଳ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିବେ। କଟକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କୋରାପୁଟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ।

Republic Day

ସେହିପରି ପୁରୀରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ବରଗଡ଼ରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ରାୟଗଡ଼ାରେ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ,କେନ୍ଦୁଝରରେ କୃଷ୍ଣଚନ୍ଦ୍ର ପାତ୍ର, ଢ଼େଙ୍କାନାଳରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, କନ୍ଧମାଳରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମାଲକାନଗିରିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କଳାହାଣ୍ଡି ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ନୟାଗଡ଼ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସମ୍ବଲପରରେ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବାଲେଶ୍ବରରେ ମତ୍ସ୍ୟସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ,ବୌଦ୍ଧ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି କେନ୍ଦ୍ରାପଡ଼ାରେ କେନ୍ଦ୍ରାଞ୍ଚଳ ଆରଡିସି, ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଏବଂ ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ଅନ୍ୟ ଜିଲ୍ଲାପାଳମାନେ ଅତିଥି ଭାବେ ପତାକା ଉତ୍ତୋଳନ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+