ବାରବାଟୀ ଷ୍ଟାଡିୟମରେ ପାଳିତ ହେବ ସାଧାରଣତନ୍ତ୍ର ଦିବସ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ
କଟକ ବାରବାଟୀ ଷ୍ଟାଡିୟମଠାରେ ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହେବ । ଏହି ଜାତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା କାର୍ଯ୍ୟକ୍ରମ ରହିଛି । ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ ଏବଂ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ।

ପରେ ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଜିଲ୍ଲାର ବ୍ୟକ୍ତିବିଶେଷ ଏବଂ ଅନୁଷ୍ଠାନ ତଥା ସାଧାରଣତନ୍ତ୍ର ଦିବସ ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ ।












Click it and Unblock the Notifications