ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ନୂଆ ଦାୟିତ୍ୱ

Bhubaneswar:Reshuffling Of Senior IAS Officers , Effected by Govt OF Odishaଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା କେନ୍ଦ୍ରୀୟ ଡେପୁଟେସରେ ଯିବାପରେ ୧୯୯୫ ବ୍ୟାଚର ଆଇଏଏସ ଅଫିସର ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏହା ସହ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ମଧ୍ୟ ସେ କାର୍ଯ୍ୟ ତୁଲାଉଛନ୍ତି ।

ODISHA

ସେହିଭଳି ୧୯୯୭ ବ୍ୟାଚ୍ ଆଇଏଏସ ଅଫିସର ସଞ୍ଜୟ କୁମାର ସିଂଙ୍କୁ ଅତିରିକ୍ତ ଭାବେ ଜିଏସଟି ଓ ବାଣିଜ୍ୟ କର କମିଶନର ଭାବେ ଦାୟିତ୍ୱ ତୁଲାଇବେ । ସଞ୍ଜୟ ଏବେ ସୂଚନା ଓ ଲୋକ ସମ୍ପକ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ, ସ୍ମାର୍ଟସିଟି ଭୁବନେଶ୍ୱରର ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ ।

IAS

ସେହିପରି ୧୯୯୩ ବ୍ୟାଚ୍ ଆଇଏଏସ ଅଫିସର ତଥା ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ଦେଓ ରଞ୍ଜନ ସିଂଙ୍କୁ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଦେଓରଞ୍ଜନ ଓଡିଶା ମାଇନିଂ କର୍ପୋରେସନର ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ ଓ ଓଏମସିଏଲର ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ । ତେବେ ପୂର୍ବରୁ ଅବକାରୀ ବିଭାଗର ସଚିବ ଭାବେ ଦାୟିତ୍ୱ ତୁଲାଉଥିଲେ ସୁଶୀଲ ଲୋହାନୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+