ନବୀନଙ୍କ ଚିଠିର ଉତ୍ତର ଦେଇ ଏମିତି କିଛି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଣ୍ଡି ବେଳେ ଘଟିଥିବା ଅଘଟଣ ନେଇ ଚିଠି ଲେଖିବା ପରେ, ଏହାର ଜବାବ ରଖିଛନ୍ତି ମୋହନ । ସେ କହିଛନ୍ତି, ଜଗତର ନାଥ ଜଗନ୍ନାଥ କେବଳ ଓଡିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି । ସେ ସାରା ଜଗତ ଅର୍ଥାତ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି ।

mohan charan majhi

ଏଥିସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ୱାଭାବିକ ବୋଲି ନବୀନଙ୍କୁ ଚିଠି ଲେଖି କହିଛନ୍ତି ନବୀନ । ଏଥିସହ ସେ ମଧ୍ୟ ଏହି ଘଟଣାରେ ଗଭୀର ଭାବେ ମର୍ମାହତ ବୋଲି କହିଛନ୍ତି ।

ସେପଟେ ଏହି ଅଘଟଣ ଘଟିବା ପରେ, ଯେପରି ଏହି ଘଟଣାର ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ତା ସହିତ ନବୀନଙ୍କ ଚିଠିକୁ ସେ ଗୁରୁତ୍ୱର ସହ ପଢିଛନ୍ତି ବୋଲି ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି । ଖାଲି ସେତିକି ନୁହେଁ, ନବୀନଙ୍କ ପରାମର୍ଶ ତାଙ୍କ ପାଇଁ ସବୁବେଳେ ସମ୍ମାନର ସହ ଗ୍ରହଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖି ଜଣାଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଥିଲେ ନବୀନ । ଚିଠି ଲେଖି ନବୀନ କହିଥିଲେ, ମହାପ୍ରଭୁ ଓଡିଆ ଜାତିର ମୁରବୀ । ଆମ ବିଶ୍ୱାସର କେନ୍ଦ୍ରବିନ୍ଦୁ ଓ ପ୍ରତୀକ । ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ତାହା ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କୁ ବ୍ୟଥିତ କରିଛି । ମୁଁ ମଧ୍ୟ ଏଥିରେ ଅତ୍ୟନ୍ତ ମର୍ମାହତ । ଚାରାମାଳରୁ ବଡଠାକୁର ମୁହଁ ମାଡି ହୋଇ ପଡିଯିବା ଅତି ହୃଦୟ ବିଦାରକ ଘଟଣା ଥିଲା । ହେଲେ ଏଭଳି ସ୍ପର୍ଶକାତର ମାମଲାରେ ମନ୍ତ୍ରୀ ଯେଉଁଭଳି ହାଲୁକା ମନ୍ତବ୍ୟ ଦେଲେ ଏହା ଭକ୍ତର ଭାବାବେଗକୁ ଆଘାତ ଦେଇଛି । ସରକାରଙ୍କ ଏଭଳି ଆଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କ ଆଶ୍ୱସ୍ତ କରିବାରେ ସକ୍ଷମ ହେଲା ନାହିଁ ବୋଲି ନବୀନ ନିଜ ଚିଠରେ ଉଲ୍ଲେଖ କରିଥିଲେ। ଯାହାର ଏବେ ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+