ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା: ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା
ପାରାଦୀପ: ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା। ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ। ଯନ୍ତ୍ରଚାଳିତ ବୋଟ୍ ଚଳାଚଳ ବନ୍ଦ, ଆଇନ ଭାଙ୍ଗିଲେ ଜେଲ୍ ଓ ଜରିମାନା ।

ଆଜି ଠାରୁ ସମୁଦ୍ରରେ ମାଛଧରିବା ଉପରେ ଲାଗିଲା କଟକଣା । ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା । କଇଁଚ ମାନଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ଯୋଗୁ କଟକଣା ଲାଗୁ କରିଛନ୍ତି ସରକାର । ନଭେମ୍ବର ୧ ତାରିଖ ଠାରୁ ୩୧ ମଇ ୨୦୨୬ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । କଇଁଚ ମାନଙ୍କ ସୁରକ୍ଷା ପାଇଁ କୌଣସି ଯନ୍ତ୍ର ଚାଳିତ ଡଙ୍ଗା କି ଟ୍ରଲର ଧରିପାରିବେ ନାହିଁ ମାଛ । ଓଡ଼ିଶାର ଦେବୀ, ରୂଷୀକୂଲ୍ୟା ଓ ବରୁଣେଇ ମୁହାଁଣ ମୁହଁରେ ଏଭଳି ପ୍ରତିବନ୍ଧକ ଲଗାଇଛନ୍ତି ସରକାର ।
ସେହିପରି ବିରଳ ଅଲିଭ ରିଡଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣ ଠାରୁ ଦେବୀ ମୁହାଣ ଯାଏଁ ୧୬୦ କିଲୋମିଟର ପର୍ଯ୍ୟନ୍ତ ଲାଗିବ କଟକଣା । ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି । ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସଂପୂର୍ଣ୍ଣ ନିଷେଧାଜ୍ଞା ରହିଛି । ତେବେ କଇଁଛ ପ୍ରଜନନ ଋତୁ ପାଇଁ ଧାମରା ମୁହାଣରୁ ଦେବୀ ମୁହାଣ ଯାଏ ସମୁଦ୍ରକୂଳ ଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍, ଭୁଟୁଭୁଟି ଚଳାଚଳ ବନ୍ଦ ସହିତ ମାଛ ଧରା ଉପରେ କଟକଣା ଜାରି କରାଯାଇଛି ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏଥିସହିତ ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ବାବୁବାଲି ଓ ମାଦଳି ଠାରେ ଦୁଇଟି ଅଫିସର କ୍ୟାମ୍ପ କରାଯାଇଥିବା ବେଳେ ଏକକୂଳା, ସାତଭାୟା, ଜଉଦିଆ, ଦୋବନ୍ଧି, ଆଦି ୧୪ ଟି ସ୍ଥାନରେ ଟ୍ରଲର ପ୍ରୋଟେକ୍ସନ୍ କ୍ୟାମ୍ପ କରାଯିବ । ବାବୁବାଲି ଓ ଶାସନପେଗରେ ଗୋଟିଏ ସେକ୍ସନ୍ ଲେଖାଏଁ ଏପିଆର୍ ଫୋର୍ସ ମୃତୟନ କରାଯିବ ।












Click it and Unblock the Notifications