ଅନୁସୂଚିତ ଜନଜାତିଙ୍କ ଜମି କିଣାବିକା ଉପରେ କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ୍
ଅନୁସୂଚିତ ଜନଜାତିଙ୍କ ଜମି କିଣାବିକା ଉପରେ କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ ଲାଗିଛି । ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏନେଇ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ ଲାଗିଥିବା ସେ ସୂଚନା ଦେଇଛନ୍ତି ।
ଗତ ନଭେମ୍ବର ୧୪ରେ ଆଦିବାସୀଙ୍କ ଜମି ହସ୍ତାନ୍ତର ନେଇ କ୍ୟାବିନେଟ ନିଷ୍ପତ୍ତି ହୋଇଥିଲା । ଯାହାକୁ ବିରୋଧ କରିଥିଲେ ବିରୋଧୀ । ଆଦିବାସୀଙ୍କ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ନେଇ ନିଆଯାଇଥିବା କ୍ୟାବିନେଟ ନିଷ୍ପତ୍ତି ଉପରେ ରୋକ୍ ଲାଗିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ।

କ୍ୟାବିନେଟରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଆଦିବାସୀ ଜମି ହସ୍ତାନ୍ତର ପାଇଁ ଆଇନରେ ସଂଶୋଧନ ହୋଇଥିଲା । ଏହା ଦ୍ବାରା ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚଶିକ୍ଷା, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ନିଜ ଜମିକୁ ବନ୍ଧକ ରଖି ଋଣ ଆଣିପାରିବେ ।
ଏନେଇ କ୍ୟାବିନେଟ ନିଷ୍ପତ୍ତି ହେବା ପରେ ଏହାକୁ ନେଇ ତେଜିଥିଲା ରାଜନୀତି । ଉଭୟ କଂଗ୍ରେସ ଓ ବିଜେପି ପକ୍ଷରୁ ଏହି ନିଷ୍ପତ୍ତିକୁ କଡା ବିରୋଧ କରାଯାଇଥିଲା । ଏହା ସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସମ୍ପତ୍ତି ହସ୍ତାନ୍ତର କରିପାରିବେ ।












Click it and Unblock the Notifications