ସମ୍ଭାବ୍ୟ ବାତ୍ୟା ପାଇଁ ଲୋକ ମାନଙ୍କୁ ସତର୍କ ରହିବା ଲାଗି ରାଜସ୍ୱମନ୍ତ୍ରୀଙ୍କ ପରାମର୍ଶ

ଆନ୍ଧ୍ର ପ୍ରଦେଶ ଉପକୂଳ ମୁହାଁ ହେଉଥିବା ସମ୍ଭାବ୍ୟ ବାତ୍ୟାର ବିଶେଷ ପ୍ରଭାବ ପଡ଼ିବନି। ଅକ୍ଟୋବର ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ ସୂଚନା ଦେଇଛନ୍ତି।

ବାତ୍ୟା ଏବେ ସ୍ଥଳଭାଗ ଠାରୁ ୯୩୦ କିଲୋମିଟର ଦୂରରେ ଥିବା ବେଳେ ଏହା ଘଣ୍ଟା ପିଛା ୬ କିଲୋମିଟର ବେଗରେ ଗତି କରୁଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆନ୍ଧ୍ରପ୍ରଦେଶର ମଛଲିପାଟନମ ଏବଂ କଳିଙ୍ଗପାଟଣା ମଝିରେ ଏହା ସ୍ଥଳଭାଗ ସ୍ପର୍ଶ କରିବ। ଓଡ଼ିଶାରେ ବାତ୍ୟାର ପ୍ରଭାବ ନରହିଲେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

suresh pujari

ଲୋକଙ୍କର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀରେ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+