ପ୍ରଚଣ୍ଡ ତାତି ପାଇଁ ବୈଠକ ଡାକିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଆଜି ରାଜସ୍ୱ ବିଭାଗର ବୈଠକ ବସୁଛି । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ବୈଠକ ହେବ । ଏଥିରେ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ । ଏହା ସହ ବିଭିନ୍ନ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।

ପୂର୍ବରୁ ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । କେନାଲରେ ପାଣି ଛାଡିବା, ପାନୀୟ ଜଳସେବା କେନ୍ଦ୍ର ଖୋଲାଯିବ। ପଶୁପକ୍ଷୀଙ୍କ ପାଇଁ ବିଭିନ୍ନ ସ୍ଥାନରେ ପିଇବା ପାଣି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ, କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାରେ ପିଲାଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରାଯିବ ।

Meeting for Heat Wave

ଓଆରଏସ୍ ରଖିବା, ପଡ଼ିଆରେ ଖେଳକୁଦ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ପିଲାଙ୍କୁ ସଚେତନ କରାଯିବ। ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ସାଲାଇନ୍ ଏବଂ ଓଆରଏସ୍ ରଖାଯିବ। ସମସ୍ତ ଯାତ୍ରୀବାହୀ ବସରେ ପାଣି, ଓଆରଏସ୍ ରଖିବା ପାଇଁ କୁହାଯାଇଛି। ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେନି । ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବାକୁ ଏସଆରସି ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି ।

ସେହିପରି ଯେଉଁଠି ଅଂଶୁଘାତ ମୃତ୍ୟୁ ଅଭିଯୋଗ ଆସିବ ସେଠାରେତହସିଲଦାର/ଅତରିକ୍ତ ତହସିଲଦାର କିମ୍ବା ରାଜସ୍ୱ ଅଧିକାରୀଙ୍କ ସହ ସିଡିଏମ୍‌ଓ/ଏସ୍‌ଡିଏମ୍‌ଓ ଏହାର ତଦନ୍ତ କରି ରିପୋର୍ଟ ଦେବେ। ୨ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି SRC । ଅଂଶୁଘାତ ଜନିତ ମୃତ୍ୟୁ ପ୍ରମାଣିତ ହେଲେ ତୁରନ୍ତ କ୍ଷତିପୂରଣ ଦିଆଯିବ । ଶ୍ରମିକ ମାନେ ଖରା ସମୟରେ କାମ ନକରିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ ଯାଉଥିଲେ ପାଣି ବୋତଲ ନେବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ସେପଟେ ଆଜିଠୁ ସାରା ରାଜ୍ୟରେ ବଢିବ ତାତି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ବି କିଛି ଜିଲ୍ଲାରେ ପାରଦ ୪୩ ଡିଗ୍ରୀ ଛୁଇଁବା ଆଶଙ୍କା ରହିଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ୩୩ ଡିଗ୍ରୀ ସହ ବାଲେଶ୍ବର ସବୁଠୁ ଉତ୍ତପ୍ତ ସହର ପଲଟିଛି । ସେହିପରି ପୁରୀ ୩୨.୨, ଭୁବନେଶ୍ବର ୩୧.୬, ଝାରସୁଗୁଡ଼ା ୩୧ ଡିଗ୍ରୀ, ଚାନ୍ଦବାଲି ୩୦.୮ ଓ କେନ୍ଦୁଝର ୩୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+