Get Updates
Get notified of breaking news, exclusive insights, and must-see stories!

ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା

ରାଜସ୍ୱ ମନ୍ତ୍ରୀଙ୍କ ସଫଳ ଅସ୍ତ୍ରୋପଚାର । ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ହୋଇଛି ସଫଳ ଅସ୍ତ୍ରୋପଚାର । ବିଶିଷ୍ଠ ହୃଦରୋଗ ବିଶେଷଜ୍ଞ ଡାକ୍ତର ଏକେ ବିଶୋଇ ରାଜସ୍ୱ ମନ୍ତ୍ରୀଙ୍କ ଅସ୍ତ୍ରୋପଚାର କରିଥିଲେ ।

ମାର୍ଚ୍ଚ ୩ ତାରିଖ ଦିନ ହଠାତ୍ ମନ୍ତ୍ରୀ ସୁରେଶ ପୂଜାରୀ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହାପରେ ତୁରନ୍ତ ରାଜସ୍ୱ ମନ୍ତ୍ରୀଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ହେଲେ ଉନ୍ନତ୍ତ ଚିକିତ୍ସା ଲାଗି ମାର୍ଚ୍ଚ ୫ ତାରିଖରେ ସୁରେଶ ପୂଜାରୀଙ୍କୁ ନୂଆଦିଲ୍ଲୀ ସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସା ମଧ୍ୟ ଆରମ୍ଭ ହୋଇଥିଲା । କରୋନାରୀ ଆର୍ଟେରୀ ଡିଜିଜ୍ ଓ ଟ୍ରିପଲ ଭେସେଲ୍ ଡିଜିଜ୍ରେ ଆକ୍ରାନ୍ତ ହୋଇଥିଲେ । ଶେଷରେ ଦିଲ୍ଲୀ ଏମ୍ସରେ ମନ୍ତ୍ରୀ ସୁରେଶ ପୂଜାରୀଙ୍କର ଅସ୍ତ୍ରୋପଚାର ହୋଇଥିଲା । ଅସ୍ତ୍ରୋପଚାର ସଫଳ ହୋଇଥିବା ମଧ୍ୟ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ବିଶିଷ୍ଠ ଡାକ୍ତର ହୃଦରୋଗ ବିଶେଷଜ୍ଞ ଡାକ୍ତର ଏକେ ବିଶୋଇ ରାଜସ୍ୱ ମନ୍ତ୍ରୀଙ୍କ ଅସ୍ତ୍ରୋପଚାର କରିଥିଲେ । ତେବେ ତାଙ୍କୁ ବିଶ୍ରାମ ପାଇଁ ମେଡିକାଲ ପକ୍ଷରୁ କୁହାଯାଇଛି ।

Suresh Pujari s
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+