Get Updates
Get notified of breaking news, exclusive insights, and must-see stories!

ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ, 20 ଦିନ ମଧ୍ୟରେ ସରିବ ପୁରୀ ଓ ନୟାଗଡ଼ର ବିଭିନ୍ନ ପ୍ରକଳ୍ପର ସର୍ଭେ

ଭୁବନେଶ୍ୱର: ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5 -ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

Naveen patnaik

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ 5-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ 20 ଦିନ ମଧ୍ୟରେ ଶେଷ କରିବା ପାଇଁ 5-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ 504 ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ସେହିପରି ନୟାଗଡ ଜିଲ୍ଲାର ମଞ୍ଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+