Get Updates
Get notified of breaking news, exclusive insights, and must-see stories!

ବଢ଼ୁଛି HMPV ସଂକ୍ରମଣ ସଂଖ୍ୟା: ଏପଟେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ନେଇ ଚିନ୍ତ

କାଲିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ତିନି ଦିନ ଧରି ଭୁବନେଶ୍ବର ଜନତା ମଇଦାନରେ ଏହି ସମ୍ମିଳନୀ ଚାଲିବ। ଜଣଙ୍କ ପରେ ଜଣେ ପ୍ରବାସୀ ଭାରତୀୟ ଭୁବନେଶ୍ବର ପହଞ୍ଚୁଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବାରେ ଲାଗିଛନ୍ତି ପ୍ରବାସୀ ।

ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ବ୍ୟାପକ ବ୍ୟବସ୍ଥା। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ପହଞ୍ଚିବା ଆରମ୍ଭ କଲେଣି । ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି । ଦୁବାଇ, କତାର, ଓମାନ ଭଳି ଜାଗାରୁ ଆସିଥିବା ପ୍ରବାସୀମାନେ ହାତରେ ପଦ୍ମଫୁଲ ନେଇ ପହଞ୍ଚିଛନ୍ତି । ପ୍ରତିକ୍ରିୟା ଦେଇ କହିଛନ୍ତି ନିଜ ମାଟିରେ ପହଞ୍ଚି ଖୁସି ଲାଗୁଛି ।

HMPV infections

ଏହା ସହ କଳାହାଣ୍ଡିର ଘୁମୁରା ଓ ଅନ୍ୟାନ୍ୟ ଲୋକ ବାଦ୍ୟର ତାଳେ ତାଳେ ଝୁମିଛନ୍ତି । ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଭୁବନେଶ୍ବରରେ ପହଂଚି ସାରିଥିବା ବେଳେ ଆସନ୍ତାକାଲି ରାତିରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୯ ତାରିଖରେ ସେ ସମ୍ମିଳନୀରେ ସାମିଲ ହେବେ । ସେହିପରି ୧୦ ତାରିଖରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+