ମହାନଦୀ ଡଙ୍ଗା ବୁଡି ଘଟଣା, ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

naveen patnaik

ସୂଚନା ଯୋଗ୍ୟ ଯେ , ଆଜି ହୀରାକୁଦ ଜଳଭଣ୍ଡାରରେ ଅଘଟଣ ଘଟିଥିଲା । ଡଙ୍ଗା ବୁଡ଼ି ୨ ମୃତ ୭ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ପହଞ୍ଚିଥିଲେ । ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।

ହୀରାକୁଦ ଜଳଭଣ୍ଡାରର ଝାରସୁଗୁଡ଼ା ଜିଲ୍ଲା ରେଙ୍ଗାଳି ଥାନା ସରଧା ଘାଟରୁ ଅଳ୍ପ ଦୂରରେ ଏକ ଫେରି ଡଙ୍ଗା ବୁଡ଼ି ଯାଇଛି। ଏଥିରେ ଥିବା ପ୍ରାୟ ୫୦ ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ ୩୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କର ପତ୍ତା ମିଳୁନି ନଥିଲା ।

ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ପୁଲିସ ଓ ଅଗ୍ନିଶମ ବାହନୀ ଘଟଣାସ୍ଥଳ ଅଭିମୁଖେ ବାହାରିଛନ୍ତି। ଯାତ୍ରୀମାନେ ଜଳ ଭଣ୍ଡାରରେ ଥିବା ପଥରସେନି କୁଦରୁ ଫେରିବା ବେଳେ ଏହି ଅଘଟଣ ଘଟିଥିବା ଜଣାପଡିଚି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+