ତେଲେଙ୍ଗାନାରେ ମର୍ମନ୍ତୁଦ ଦୁର୍ଘଟଣା: ୪ ଓଡ଼ିଆ ମୃତ୍ୟୁ

ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଟ୍ରକ୍‌ ପଛରେ ଏକ ବସ୍‌ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି ।

ଏହି ଦୁର୍ଘଟଣାରେ ଆଉ କିଛି ଶ୍ରମିକ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି ।

road accident

କଳାହାଣ୍ଡି ସିନାପାଲିରୁ ୩୨ ଜଣ ଶ୍ରମିକଙ୍କୁ ନେଇ ଗତକାଲି ହାଇଦ୍ରାବାଦ ଅଭିମୁଖେ ବାହାରିଥିଲା ବସ୍‌ । ବସ୍‌ଟି ରାତି ପ୍ରାୟ ୩ଟା ସମୟରେ ସୂର୍ଯ୍ୟାପେଟ-ଖମାମ ରାସ୍ତା ଅତିକ୍ରମ କରୁଥିଲା। ଉକ୍ତ ସମୟରେ ରାସ୍ତା ଉପରେ ଏକ ଟ୍ରକ୍‌ ଛିଡ଼ା ହୋଇଥିବା ବେଳେ ଦ୍ରୁତଗାମୀ ବସ୍‌ଟି ତାହାକୁ ପଛ ପଟୁ ପିଟିଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍‌ ଡ୍ରାଇଭର, ୨ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକ ଥିବା ଜଣାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+