ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୨୦ ଜଣ ଗୁରୁତର ଆହତ
ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଷୋହଳ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୨୦ ଜଣ ଗୁରୁତର ଆହତ ହୋଇଛନ୍ତି ।
ଗୁରୁତର ଦୁଇ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଧର୍ମଶାଳା ମେଡିକାଲରେ ପ୍ରାଥମିକ ଚିକିତ୍ସ ପରେ ଛାଡି ଦିଆଯାଇଛି। ଦୁର୍ଘଟଣା ଘଟାଇଥିବା ବସ୍କୁ ପୁଲିସ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଦୁର୍ଘଟଣା ଏତେ ଜୋର ଥିଲା ଯେ ଘଟଣା ସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଧକ୍କା ଯୋଗୁ ପ୍ରାୟ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।












Click it and Unblock the Notifications