ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳରେ ପୁଣି ହଟଚମଟ । ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ । ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ବାଦ୍ ପଡ଼ିଥିବା ସୂଚନା ମିଳିଛି ।
ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ ଦିଆଯାଇଛି । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଅତନୁ ବର୍ତ୍ତମାନ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅଛନ୍ତି ।
2022 ରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା । କିଛି ଦିନ ତଳେ ହୋଇଥିବା ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ବି ସେ ମନ୍ତ୍ରୀ ଦାୟିତ୍ୱରେ ଥିଲେ । କିନ୍ତୁ ବର୍ତ୍ତମାନ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦିଆଯାଇଛି ।
ରୋହିତ ପୂଜାରୀ ସମ୍ବଲପୁର ରେଢାଖୋଲ ଆସନରୁ ଦୁଇ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । 2014 ଏବଂ 2019 ରେ ସେ ନିର୍ବାଚନ ଜିତିଥିଲେ । କଂଗ୍ରେସରୁ ଯାଇ ସେ ବିଜେଡ଼ିରେ ସାମିଲ ହୋଇଥିଲେ ।












Click it and Unblock the Notifications