ଆଜି ଉଦଘାଟନ ହେବ ବିର୍ସା ମୁଣ୍ତା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ

ଆଜି ଉଦଘାଟନ ହେବ ବିର୍ସା ମୁଣ୍ତା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ । ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇ ସାରିଛି ।

ରାଉରକେଲା: ଆଜି ଉଦଘାଟନ ହେବ ବିର୍ସା ମୁଣ୍ତା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ । ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇ ସାରିଛି । ୨୦ ହଜାରରୁ ଅଧିକ ଦର୍ଶକ ବସିବାର କ୍ଷମତା ଏହି ଷ୍ଟାଡିୟମରେ ରହିଛି । ହକି ବିଶ୍ୱ କପକୁ ନଜରରେ ରଖି ୧୫ ମାସ ଭିତରେ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି ।

Hockey World Cup
ସୂଚନା ଅନୁସାରେ, ଆଜି ୧୨ଟା ୧୫ରେ ରାଉରକେଲା ପହଁଚିବେ ମୁଖ୍ୟମନ୍ତ୍ରୀ । ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୪ ଟା ୨୫ରେ ରାଉରକେଲା ବିର୍ସା ମୁଣ୍ତା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ସମୟରେ ବରିଷ୍ଠ ଖେଳଳି, ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ରାଜ୍ୟ କ୍ରୀଡ଼ା ସଚିବ ଆର ଭିନିଲ କ୍ରୀଷ୍ଣା ମଧ୍ୟ ଉପସ୍ଥିତ ରହିବେ ।

ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତରେ ୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ହକି ଷ୍ଟାଡିୟମ ଉଦ୍‌ଘାଟନ କରିବା ପରେ ବାସନ୍ତୀ କଲୋନି ଡିଏଭି ପୋଖରୀର ୱାଟର ପାର୍କ ଉଦ୍‌ଘାଟନ କରିବେ। ତା'ପରେ ୧୪୬ କୋଟି ୫୫ ଲକ୍ଷରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ, ମଲ୍ଡିଂ କାର୍‌ ପାର୍କିଂ ବ୍ୟବସ୍ଥା, ୧୧ କୋଟି ୯୯ ଲକ୍ଷ ବ୍ୟୟରେ ତିଆରି ଡିଏଭି ପୋଖରୀର ୱାଟର ପାର୍କ, ୧୭ କୋଟି ୯୩ ଲକ୍ଷ ଟଙ୍କାର ହନୁମାନବାଟିକା ଛକରୁ ଆର୍‌ଏସ୍‌ପି ମେନ୍‌ ଗେଟ୍‌ ପର୍ୟ୍ୟନ୍ତ ରିଂ ରୋଡର ସୌନ୍ଦର୍ୟ୍ୟକରଣ, ପ୍ରସିଦ୍ଧ ଶୈବ୍ୟପୀଠ ବେଦବ୍ୟାସରେ ୧୬ କୋଟି ୭ ଲକ୍ଷ ଟଙ୍କା ବ୍ୟୟରେ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ମଧ୍ୟ ଉଦ୍‌ଘାଟନ କରିବେ। ସେହିପରି ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+