Get Updates
Get notified of breaking news, exclusive insights, and must-see stories!

ନଭେମ୍ବର ୩୦ ସୁଦ୍ଧା ଶେଷ ହେବ ରାଉରକେଲା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ !

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ରାଉରକେଲା ଆସିଥିଲେ।

Rourkela Hockey Stadium

ଏହି ସଚିବସ୍ତରୀୟ ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। ଏହାସହ ରାଉରକେଲା ବିମାନ ବନ୍ଦରର ଚାଲିଥିବା ସଂପ୍ରସାରଣ କାର୍ଯ୍ୟ ମଧ୍ୟ ସମୀକ୍ଷା କରିଥିଲେ। ନଭେମ୍ବର ୩୦ ତାରିଖ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦରର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

କ୍ଷେତ୍ରସ୍ତରୀୟ ଅନୁଧ୍ୟାନ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଅଭ୍ୟାସ ପଡ଼ିଆ ସହିତ ମୁଖ୍ୟ ଷ୍ଟାଡିୟମରେ ଟର୍ଫ ପଡ଼ି ଯାଇଛି। ଦର୍ଶକ ଗ୍ୟାଲେରି ସହିତ ଖେଳାଳି ଏବଂ ଅଫିସିଆଲମାନଙ୍କ ପାଇଁ କରାଯାଉଥିବା ରହଣୀସ୍ଥଳର କାମ ମଧ୍ୟ ଖୁବଶୀଘ୍ର ଶେଷ ହେବାକୁ ଯାଉଛି । ଷ୍ଟାଡିୟମ କାମ ଶେଷ ହେବା ପରେ ସେଠାରେ ଅଭ୍ୟାସ ମ୍ୟାଚ ଆୟୋଜନ କରାଯିବ।

ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ତା'ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି। ଏହା ମାଧ୍ୟମରେ ସେମାନେ ହକି ମ୍ୟାଚ ଦେଖିପାରିବେ ବୋଲି ଶ୍ରୀ ମହାପାତ୍ର କହିଥିଲେ।

ରାଉରକେଲା ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଅନୁଧ୍ୟାନ କରି ଶ୍ରୀ ମହାପାତ୍ର କହିଥିଲେ ଯେ, ୨୦୨୩ ଜାନୁଆରି ମାସ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସହିତ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରାଯିବ। ରାଉରକେଲାରେ ପ୍ରାୟ ୨୦ଟି ମ୍ୟାଚ ଖେଳାଯିବ। ତେଣୁ ଖେଳାଳିମାନଙ୍କ ଯାତାୟତ ସୁବିଧା ଲାଗି ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ଚାର୍ଟର ବିମାନ ଚଳାଚଳ କରିବ।

ଏହାକୁ ଦୃଷ୍ଟିରେ ରଖି ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ନଭେମ୍ବର ୩୦ ସୁଦ୍ଧା ସମସ୍ତ କାମ ସାରିବାକୁ ଲକ୍ଷ୍ୟ ରହିଛି। ବିମାନ ବନ୍ଦରରୁ ରାଉରକେଲା ସହରକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାର ଉନ୍ନତିକରଣ କରାଯାଉଥିବା ମୁଖ୍ୟ ଶାସନ ସଚିବ କହିଥିଲେ।

କ୍ଷେତ୍ର ପରିଦର୍ଶନ ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ବର୍ତ୍ତମାନ ରାଉରକେଲାରେ ନିର୍ମାଣାଧୀନ ଥିବା ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଓ ସହରର ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରାଯାଇଥିଲା।

ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+