Get Updates
Get notified of breaking news, exclusive insights, and must-see stories!

ରାଉରକେଲା ବିମାନ କ୍ରାସ୍‌; ଦୁର୍ଘଟଣାସ୍ଥଳରେ DGCA ଟିମ୍‌ର ତଦନ୍ତ

ରାଉରକେଲାରେ ଘରୋଇ ବିମାନ ଦୁର୍ଘଟଣା । କାରଣ ଖୋଜିବାକୁ ଦୁର୍ଘଟଣାସ୍ଥଳରେ ଡିଜିସିଏର ୨ ଟିମ୍ । ବ୍ଲାକ୍‌ବକ୍ସ ମିଳିବା ପରେ ସ୍ପଷ୍ଟ ହେବ ଦୁର୍ଘଟଣାର କାରଣ । ସେପଟେ ଦୁର୍ଘଟଣାରେ ଗୁରୁତର ହୋଇଥିବା ଦୁଇ ଯାତ୍ରୀ ସ୍ବାମୀ-ସ୍ତ୍ରୀଙ୍କୁ ଅଧିକ ଚିକିତ୍ସା ପାଇଁ ମୁମ୍ବାଇକୁ ଏୟାରଲିଫ୍ଟ କରାଯାଇଛି। ସେମାନେ ହେଲେ ସୁନିଲ୍ ଅଗ୍ରଓ୍ବାଲ ଏବଂ ପତ୍ନୀ ସବିତା ଅଗ୍ରଓ୍ବାଲ । ବିମାନ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ସମେତ ୬ ଜଣ ଗୁରୁତର ଥିଲେ । ବାକି ଅନ୍ୟ ୪ ଜଣଙ୍କୁ ରାଉରକେଲା ସ୍ଥିତ ଆଇଜିଏଚ୍‌ ମେଡିକାଲରେ ଚିକିତ୍ସା ଜାରି ରହିଛି । ସେମାନଙ୍କ ଚିକିତ୍ସା ପାଇଁ ଦୁଇଜଣ ବରିଷ୍ଠ ଡାକ୍ତଙ୍କୁ ରାଉରକେଲା ପଠା ଯାଇଛି । କଟକ SCB ଏବଂ ଧରଣୀଧର ମେଡିକାଲ କଲେଡ ଏବଂ ହସ୍ପିଟାଲରୁ ଦୁଇ ଡକ୍ତର ଯାଇଛନ୍ତି । ଦୁଇ ବରିଷ୍ଠ ଡାକ୍ତର ହେଲେ ଅନୁପ ମହାପାତ୍ର ଏବଂ ଦେବାଶିଷ ସ୍ବାଇଁ । ଉଭୟ ସ୍ନାୟୁ ଏବଂ କ୍ରିଟିକାଲ୍ କେୟାରର ଡାକ୍ତର । ବିମାନ ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀଙ୍କ ଚିକିତ୍ସା ତଦାରଖ କରିବେ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା ।

Rourkela plane crash

ସୂଚନା ଅନୁଯାୟୀ, ଗତକାଲି ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ଏକ ଛୋଟ ବିମାନ । ଯେଉଁଥିରେ ପାଇଲଟଙ୍କ ସମେତ ୬ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଦକ୍ଷିଣ ରାଉରକେଲା ଆକାଶରେ ବିମାନଟି ଉଡୁଥିବା ବେଳେ ହଠାତ୍‌ ଯାନ୍ତ୍ରୀକ ତ୍ରୁଟି ଦେଖିବାକୁ ମିଳିଥିଲା । ଏହାପରେ ପାଇଲଟ୍ ତୁରନ୍ତ ବିମାନକୁ ଏମରଜେନ୍ସି ଲାଣ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଏମରଜେନ୍ସି ଲାଣ୍ଡିଂ ବେଳେ ହଠାତ୍‌ ବିମାନଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ପାଇଲଟ ସମେତ ୬ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ପ୍ରାଥମିକ ଚିକିତ୍ସା ପରେ ରାଉରକେଲା ଇସ୍ପାତ ଜେନେରାଲ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ବିମାନ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମଧ୍ୟରେ ଦୁଇ ଜଣ କ୍ୟାପଟେନ୍‌ ନବୀନ ଖାଡେଙ୍ଗା, ତରୁଣ ଶ୍ରୀବାସ୍ତବ ରହିଥିବା ବେଳେ ୪ ଜଣ ଯାତ୍ରୀ ରହିଛନ୍ତି । ସେମାନେ ହେଉଛନ୍ତି ସୁଶାନ୍ତ କୁମାର ବିଶ୍ୱାଳ, ଅନିତା ସାହୁ, ସୁନୀଲ ଅଗ୍ରଓ୍ୱାଲ, ସବିତା ଅଗ୍ରଓ୍ୱାଲ, ସବିତା ଅଗ୍ରଓ୍ୱାଲ । ତେବେ ଗୁରୁତର ଥିବା ସ୍ୱାମୀ-ସ୍ତ୍ରୀଙ୍କୁ ଏୟାରଲିଫ୍ଟ କରାଯାଇଛି । ସ୍ୱାମୀ ସୁନୀଲ ଅଗ୍ରଓ୍ୱାଲ ଏବଂ ସ୍ତ୍ରୀ ସବିତା ଅଗ୍ରଓ୍ୱାଲଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+