ଆଜିଠୁ ରାଉରକେଲାରୁ କୋଲକାତାକୁ ବିମାନ ସେବା
ଆଜିଠୁ ରାଉରକେଲାରୁ କୋଲକାତାକୁ ବିମାନ ସେବା ଆରମ୍ଭ । ରାଜ୍ୟ ସରକାରଙ୍କ ସହଯୋଗରେ ଆଜିଠୁ ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା । ଅପରାହ୍ନ ସାଢେ ୩ଟା ସମୟରେ ରାଉରକେଲା ଵିମାନ ବନ୍ଦରରୁ କୋଲକାତା ଵିମାନ ଚଳାଚଳ ଆରମ୍ଭ ହେଵ । ସପ୍ତାହରେ ୩ ଦିନ ମଙ୍ଗଳବାର, ଗୁରୁବାର, ଶନିବାର ବିମାନ ସେବା ମିଳିବ । ଆଲାଏନ୍ସ ଏୟାର ବିମାନସେବା ଯୋଗାଇଦେବ । ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ ଫଣ୍ଡିଙ୍ଗ ଜରିଆରେ ଯୋଗାଇ ଦେଇଛନ୍ତି ବିମାନ ସେବା । ଯାତ୍ରୀମାନେ ଏବେ ବିମାନ ସେବାରେ କୋଲକାତା ଯାତ୍ରା କରିବେ ରାଉରକେଲାରୁ ।

୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରାଯାଇଛି । ରାଉରକେଲାରୁ କୋଲକାତା ଵିମାନ ସେଵା ପାଇଁ ପ୍ରାରମ୍ଭିକ ବିମାନ ଦେୟ ୧ ହଜାର ୯୯୯ ଟଙ୍କା ରହିଛି । ଏହାଦ୍ବାର ସହରର ବ୍ୟବସାୟୀ ଅଧିକ ଉପକୃତ ହେବେ ବୋଲି କହିଛନ୍ତି ।












Click it and Unblock the Notifications