୧୦୯୬ କୋଟି ଟଙ୍କାର ବକେୟା ବିଲ୍ ରହିଛି ୨୩ଟି ଶିଳ୍ପ ସଂସ୍ଥା ଉପରେ
ଭୁବନେଶ୍ବର: ରାଜ୍ୟର ୨୩ଟି ଶିଳ୍ପ ସଂସ୍ଥା ଦେଉ ନାହାନ୍ତି ବକେୟା ବିଜୁଳି ବିଲ୍। ଏହି ୨୩ଟି ପ୍ରମୁଖ ଶିଳ୍ପ ସଂସ୍ଥା ଉପରେ ୧୦୯୬ କୋଟି ଟଙ୍କା ବକେୟା ରହିଛି। ୧୦ ବର୍ଷ ମଧ୍ୟରେ ୧୪ଟି ଶିଳ୍ପ ସଂସ୍ଥାକୁ ୪୦୯୭ କୋଟି ବକେୟା ବିଲ୍ ଛାଡ଼ କରାଯାଇଛି। ଜିନ୍ଦଲ ୨୮୫ କୋଟି ଟଙ୍କା ବାକି ରଖିଥିବା ବେଳେ ଭିସା ଷ୍ଟିଲ ଯାଜପୁରର ୨୪୬ କୋଟି, ଜିଏମ ଆର କମଳାଙ୍ଗ ଏନର୍ଜି ୧୭୯ କୋଟି ଟଙ୍କା, ମାଇଥାନ ଇସ୍ପାତ ନିଗମ ଲିମିଟେଡ଼ ୮୫ କୋଟି ଟଙ୍କା ବକେୟା ରଖିଛନ୍ତି। ଶୀତକାଳୀନ ବିଧାନସଭାର ବୁଧବାର ଦିନ ଗୃହରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହା ଲିଖିତ ଉତ୍ତରରେ କହିଛନ୍ତି।













Click it and Unblock the Notifications