ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀ ମାନଙ୍କ MACP ଓ PH.D ପାଇଁ ସରଳ ହେଲା ନିୟମାବଳୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି । ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା ପାଇଁ ଓଡିଶା ସଂଶୋଧିତ ବେତନ ହାର ନିୟମ, ୨୦୧୭ ଅନୁସାରେ ପ୍ରଦାନ କରାଯାଉଥିବା ପରିବର୍ତ୍ତିତ ନିଶ୍ଚିତ କ୍ୟାରିୟର ପ୍ରଗତି ଯୋଜନା କୁ (Modified Assured Career Progression Scheme) ସରଳ କରାଯାଇଛି। ଏବେ ୧୦୦ ପ୍ରତିଶତ ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ପ୍ରଥମ ଅନୁଦାନ ମିଳିବା ଦିନକୁ ଭିତ୍ତି କରି MACP ନିର୍ଣ୍ଣୟ କରାଯିବ।
ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଶିକ୍ଷାଦାନ ବୃତ୍ତିରେ ପ୍ରତିଭାବାନ ଅଧ୍ୟାପକ ମାନଙ୍କୁ ଆକର୍ଷିତ କରିବା PH.D ଡିଗ୍ରୀ ହାସଲ ପାଇଁ, ସ୍ଵତନ୍ତ୍ର ପଦକ୍ଷେପ ନିଆଯାଇଛି। ଅଧ୍ୟାପକମାନଙ୍କୁ ଚାକିରୀ ସମୟରେ Ph.D ର ଅତିରିକ୍ତ ଯୋଗ୍ୟତା ହାସଲ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ କେବଳ entry level ରେ appropriate pay ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି, (କେବଳ ଅଧ୍ୟାପକ ପଦରେ ) ପ୍ରଦାନ କରାଯିବ ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ପୂର୍ଣ୍ଣ ସହାୟତା ପ୍ରାପ୍ତ କଲେଜର ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।












Click it and Unblock the Notifications