ସହଦେବ ନାୟକଙ୍କ ହତ୍ୟା ମାମଲା; ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ସହଦେଵ ନାୟକ ହତ୍ୟାକାଣ୍ଡ ମାମଲା । ମୁଖ୍ୟ ଅଭିଯୁକ୍ତ ରମା ନାୟକ ଗିରଫ । ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସମର୍ପଣ କରିଛି । ଆତ୍ମସମର୍ପଣ ପରେ ଗିରଫ କଲା ପୋଲିସ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା ।

Sahadev Nayak

ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ । ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ । ୪୦ ଦିନ ପରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଜଣଙ୍କୁ କୋର୍ଟଚାଲାଣ କରାଯିବ ।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍‌ରେ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସହଦେବଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।

ପୂର୍ବରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ତଥା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଥିଲା।। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୬ ଜଣଙ୍କୁ ପୋଲିସ ବାନ୍ଧି ସାରିଥିବାବେଳେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ରମାଙ୍କୁ ପୋଲିସ ଗିରଫ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+