Get Updates
Get notified of breaking news, exclusive insights, and must-see stories!

ସମ୍ୱଲପୁର ବିଶ୍ୱବିଦ୍ୟାଳୟ ଆସିଷ୍ଟାଣ୍ଟ ପ୍ରଫେସର୍ ସରୋଜ ସାହୁ ନିଲମ୍ୱିତ

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପିଏଚଡି ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣାରେ କାର୍ଯ୍ୟାନୁଷ୍ଠାନ। ନିଲମ୍ବିତ ହୋଇଛନ୍ତି ସହକାରୀ ପ୍ରଫେସର ସରୋଜ ସାହୁ । ବିଶ୍ବବିଦ୍ୟାଳୟ ଏମବିଏ ବିଭାଗର ଜଣେ ପିଏଚଡି ଛାତ୍ରୀଙ୍କୁ ତାଙ୍କ ଗାଇଡ୍ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଛାତ୍ରୀଙ୍କ ଅଭିଯୋଗ ପରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ତଦନ୍ତ କରିଥିଲେ ।

Sambalpur University

ଆଇସିସିଙ୍କ ଅନୁମୋଦନ କ୍ରମେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସହକାରୀ ପ୍ରଫେସର ସରୋଜ ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଫଳରେ ତାଙ୍କୁ ଶୈକ୍ଷିକ ଓ ପ୍ରାଶାସନିକ ଦାୟିତ୍ବରୁ ମୁକ୍ତ କରାଯାଇଛି । ନିଲମ୍ବନ ଅବଧି ମଧ୍ୟରେ ସେ ଅନ୍ୟ କୌଣସି ଅନୁଷ୍ଠାନ ସହ ଜଡ଼ିତ ହୋଇ ପାରିବେ ନାହିଁ। ସ୍ନାତକୋତ୍ତର ପରିଷଦ କାର୍ଯ୍ୟାଳୟରେ ତାଙ୍କ କାର୍ଯ୍ୟ ଧାର୍ଯ୍ୟ କରାଯାଇଛି। ଏହି ସମୟ ମଧ୍ୟରେ ସେ ବିଶ୍ବବିଦ୍ୟାଳୟର ପ୍ରାଶାସନିକ କୋଠା ଅଥବା ସ୍ନାତକୋତ୍ତର ବିଭାଗର କୌଣସି ବିଭାଗକୁ ଯାଇପାରିବେ ନାହିଁ। ଏପରିକି ପ୍ରାକ୍ ଅନୁମତି ବିନା ଭୁବନେଶ୍ବର ବେହେରା କେନ୍ଦ୍ରୀୟ ପାଠାଗାରକୁ ମଧ୍ୟ ଯାଇପାରିବେ ନାହିଁ । କୌଣସି ପ୍ରାକ୍ ଅନୁମତି ବିନା ମୁଖ୍ୟାଳୟରେ ଅନୁପସ୍ଥିତ ରହିପାରିବେ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+