ଆସନ୍ତାକାଲି ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା
ବରଗଡ଼: ହନୁମାନ ଜୟନ୍ତୀ ପାଳନ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ହୋଇଥିବା ହିଂସାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଆସନ୍ତା ୧୯ ତାରିଖ ଅର୍ଥାତ କାଲି ବରଗଡ଼ ଜିଲା ବନ୍ଦ ଡାକରା ଦେଇଛି । ଏହାକୁ ହିନ୍ଦୁ ମହାସଭା ବି ସମର୍ଥନ କରୁଥିବା ଜଣାଯାଇଛି ।

ବୁଧବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମସ୍ତ ଦୋକାନବଜାର, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଯାନବାହନ ଚଳାଚଳ ବନ୍ଦ ରଖିବାକୁ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବରଗଡ଼ବାସୀଙ୍କୁ ନିବେଦନ କରାଯାଇଛି । ତେବେ ବନ୍ଦରୁ ଔଷଧ ଦୋକାନ ଓ ଜରୁରୀ ସେବାକୁ ବାଦ୍ ଦିଆଯିବ । ବରଗଡ଼ ସହର ସମ୍ପୂର୍ଣ୍ଣ ବନ୍ଦ ରହିବ । ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ଏହି ବନ୍ଦ ପାଳନ କରାଯିବ ବୋଲି କୁହାଯାଇଛି ।
ସୂଚନାଯୋଗ୍ୟ, ସମ୍ବଲପୁରରେ ହିନ୍ଦୁମାନଙ୍କ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଉପରେ ପଥରମାଡ଼ ଆକ୍ରମଣ ହୋଇଥିଲା। ଏହି ଘଟଣା ପରେ ଗତ ଗୁରୁବାର ଠାରୁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ପ୍ରଶାସନ ଜିଲ୍ଲାର ସୀମା (ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ସୁବର୍ଣ୍ଣପୁରକୁ ଲାଗିଥିବା ଅଞ୍ଚଳ)କୁ ସିଲ କରିଦେଇଛି । ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ ରହିଛି ।












Click it and Unblock the Notifications