କାଲି ପଶ୍ଚିମ ଓଡିଶା ବନ୍ଦ ! ସମ୍ବଲପୁର ହିଂସାକାଣ୍ଡକୁ ନେଇ ୧୪ ଜିଲ୍ଲାରେ ବନ୍ଦ ଡାକରା ଦେଲା ବିଶ୍ୱ ହିନ୍ଦୁ ପରିଷଦ
ସମ୍ବଲପୁର: ଆସନ୍ତାକାଲି ପଶ୍ଚିମ ଓଡିଶା ବନ୍ଦ ଡାକରା । ସମ୍ବଲପୁର ହିଂସାକାଣ୍ଡକୁ ନେଇ ୧୪ ଜିଲ୍ଲାରେ ବନ୍ଦ ଡାକରା ଦେଲା ବିଶ୍ୱ ହିନ୍ଦୁ ପରିଷଦ ।
ଯେଉଁ ସବୁ ଜିଲ୍ଲା ଗୁଡ଼ିକରେ ବନ୍ଦ ଡାକରା ଦିଆଯାଇଛି, ସେଗୁଡ଼ିକ ହେଲା ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଦ, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା । ତେବେ ଏହି ସବୁ ଜିଲ୍ଲାରେ ଆସନ୍ତାକାଲି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଶ୍ବହିନ୍ଦୁ ପରିଷଦ ।

ଏନେଇ ଭିଏଚପି ପଶ୍ଚିମ ପ୍ରାନ୍ତ ଶାଖା ପକ୍ଷରୁ ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରଖିବା ସହ ଚକ-ଅଖ ବନ୍ଦ ରଖିବାକୁ ବି ଆହ୍ବାନ ଦିଆଯାଇଛି । ତେବେ ଏହି ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ ଦେଇଛି ପୂର୍ବ ଓଡିଶା ବଜରଙ୍ଗ ଦଳ । ସେହିପରି ବିଶ୍ବ ହିନ୍ଦୁ ପରିଷଦର ବନ୍ଦ ଡାକରାକୁ ଭାରତୀୟ ଜନତା ପାର୍ଟି ମଧ୍ୟ ସମର୍ଥନ କରୁଥିବା ଦଳର ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ସମ୍ବଲପୁରରେ ହିନ୍ଦୁମାନଙ୍କ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଉପରେ ପଥରମାଡ଼ ଆକ୍ରମଣ ହୋଇଥିଲା। ଏହି ଘଟଣା ପରେ ଗତ ଗୁରୁବାର ଠାରୁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ପ୍ରଶାସନ ଜିଲ୍ଲାର ସୀମା (ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ସୁବର୍ଣ୍ଣପୁରକୁ ଲାଗିଥିବା ଅଞ୍ଚଳ)କୁ ସିଲ କରିଦେଇଛି । ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ ରହିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications