ସହଜ ହେବ ମାଟ୍ରିକ୍ ପରୀକ୍ଷା ! ପ୍ରସ୍ତୁତ ହୋଇଛି ନମୁନା ପ୍ରଶ୍ନପତ୍ର
ଭୁବନେଶ୍ୱର: ଆହୁରି ସହଜ ହେବ ମାଟ୍ରିକ୍ ପରୀକ୍ଷା । ଏ ନେଇ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ଅନୁଯାୟୀ ନିଜକୁ ପ୍ରସ୍ତୁତ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ନିକଟରେ ପହଞ୍ଚାଇବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶକ ନିର୍ଦେଶ ଦେଇଛନ୍ତି ।

ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ଏହି ନମୁନା ପ୍ରଶ୍ନପତ୍ର ବା ସାମ୍ପଲ ପ୍ରଶ୍ନପତ୍ର ସହାୟକ ହେବ । ସେଗୁଡ଼ିକ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ଡିଇଓମାନେ ପଦକ୍ଷେପ ନେବେ ।
ସମସ୍ତ ସ୍କୁଲ୍ର ପ୍ରଧାନଶିକ୍ଷକଙ୍କୁ ନମୁନା ପ୍ରଶ୍ନପତ୍ର ପଠାଇବା ସହ ଏହା ଯେପରି ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବ ସେଦିଗରେ ବ୍ୟବସ୍ଥା କରାଯିବ । ଏଥିସହ ଡିଜିଟାଲ ପ୍ରଶ୍ନପତ୍ର ବ୍ୟାଙ୍କ ପାଇଁ ଜିଲ୍ଲା ସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ୱାରା ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରି ତାହାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ପଠାଇବାକୁ ମଧ୍ୟ କୁହାଯାଇଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications