ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ସନାତନ ମହାକୁଡ଼, କହିଲେ ବିଜେଡି ଫେରିବା ଆଶା ନାହିଁ

ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସେ କହିଛନ୍ତି ମୁଁ ନବୀନ ପଟ୍ଟନାୟକ କି ପାଣ୍ଡିଆନଙ୍କ ବିରୋଧରେ କିଛି କହିନାହିଁ । କାହିଁକି ସେମାନଙ୍କର ରାଗ ଜାଣିନାହିଁ । ଜିଲ୍ଲା ବିକାଶ କଥା କହିବାରୁ ମୋତେ ନିଲମ୍ବନ କରିଛନ୍ତି । ବିଜେଡିରୁ ବାହାରି ମୁଁ ଦୁଃଖୀ ନାହିଁ କି ସୁଖୀ ନାହିଁ । ନିଲମ୍ବନ ନ୍ୟାୟ କି ଅନ୍ୟାୟ ମୁଁ ଜାଣିନି । ମୁଁ ଲୋକଙ୍କ ପାଇଁ କାମ କରିବି । ମୁଖ୍ୟମନ୍ତ୍ରୀ ହେଲେ ମୋ ସାନ ଭାଇ । ଜିଲ୍ଲାର ବିକାଶ ପାଇଁ ମୁଁ ତାଙ୍କ ସହିତ କଥା ହେବିନି । ମୁଁ ବିଜେଡିକୁ ଫେରିବା ଆଶା ନାହିଁ ବୋଲି କହିଲେ ସନାତନ ମହାକୁଡ଼ ।

sanatan mahakud
ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୧୫ ତାରିଖରେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିଲା । ଦଳ ସଭାପତି ନବୀନ ପଟ୍ଟନାୟକ ସନାତନ ମହାକୁଡ଼ଙ୍କୁ ସସ୍‌ପେଣ୍ଡ କରିଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ସନାତନ ମହାକୁଡ଼ଙ୍କ ସହ ଅରବିନ୍ଦ ମହାପାତ୍ରଙ୍କୁ ସସ୍‌ପେଣ୍ଡ କରାଯାଇଥିଲା । ଯାହାକୁ ନେଇ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଥିଲା । ସନାତନ ମହାକୁଡ଼ଙ୍କୁ ଗୋଟିଏ ମଞ୍ଚରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦେଖିବାକୁ ମିଳିଥିଲା । ମୁଖ୍ୟମନ୍ତ୍ରୀଙ୍କ ଜାନୁଆରୀ ୧୩ରେ କେନ୍ଦୁଝର ଗସ୍ତ ସମୟରେ ଏକ ସରକାରୀ କାର୍ଯ୍ୟକ୍ରମରେ ସନାତନ ମହାକୁଡ଼ଙ୍କୁ ଦେଖିବାକୁ ମିଳିଥିଲା । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚମ୍ପୁଆ ବିଧାୟକ ଢେର ପ୍ରଶଂସା କରିଥିଲେ । ବୋଧହୁଏ ସନାଙ୍କ ଏମିତି ଗତିବିଧିକୁ ନେଇ ବିଜେଡି ସୁପ୍ରିମୋ ଅସନ୍ତୋଷ ଥିଲେ । ଏହି କାରଣ ପାଇଁ ତାଙ୍କୁ ଦଳରୁ ସସ୍‌ପେଣ୍ଡ କରାଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହୋଇ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+