ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ। ଆଜିଠାରୁ ରାଜ୍ୟରେ ବିଜେପି ସରକାର। ଅପରାହ୍ନରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଭୁବନେଶ୍ୱରକୁ ଅତିଥିମାନଙ୍କ ଆଗମନ ବଢ଼ିବାରେ ଲାଗିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ସବୁଆଡୁ ତାଙ୍କୁ ଶୁଭେଚ୍ଛା ସୁଅ ଛୁଟିଛି ।
ବାଲୁକାକଳାରେ ତାଙ୍କୁ ସ୍ବାଗତ ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ ବୋଲି ସୁଦର୍ଶନ ଲେଖିଥିବା ଦେଖାଯାଉଛି। ଏହାର କିଛି ଫଟୋ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି।












Click it and Unblock the Notifications