ଉପଜିଲ୍ଲାପାଳଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ
ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇଥିବା ବେଳେ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ।

ଭୁବନେଶ୍ୱର: ବାଲେଶ୍ୱରରେ ବଢି ଚାଲିଛି ବାଲି ମାଫିଆଙ୍କ ଆତଙ୍କରାଜ । ବାରମ୍ବାର ଚଢାଉ ଓ ତାଗିଦ୍ ସତ୍ତ୍ୱେ କମୁନି ବାଲି ଚୋରାଚାଲାଣ । ପ୍ରଶାସନର କଟକଣାକୁ ବେଖାତିର କରି କରୁଛନ୍ତି ବାଲି ଚୋରାଚାଲାଣ । ଏହାକୁ ରୋକିଲେ ସରକାରୀ କର୍ମଚାରୀଙ୍କ ଉପରକୁ କରୁଛନ୍ତି ଆକ୍ରମଣ ।
ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇଥିବା ବେଳେ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି । ଆଜି ଉପଜିଲ୍ଲାପାଳ ଦ୍ୱିପ୍ରହର ସମୟରେ ଏକ ବାଲି ବୋଝେଇ ଗାଡ଼ିର କାଗଜପତ୍ର ଯାଞ୍ଚ କରିବାକୁ ଅଟକିଥିବା ବେଳେ ମାଫିଆମାନେ ଉପ ଜିଲ୍ଲାପାଳ ଓ ତାଙ୍କ ଡ୍ରାଇଭରଙ୍କୁ ଆକ୍ରମଣ କରିଥିଲେ ।
ଆକ୍ରମଣର ଶିକାର ହୋଇ ଆହତ ହେବା ପରେ ଉଭୟ ଉପଜିଲ୍ଲାପାଳ ଓ ଡ୍ରାଇଭରଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରୁ ପୁଲିସ୍ ଉପଜିଲ୍ଲାପାଳଙ୍କ ଗାଡ଼ି ଓ ଅବକାରୀ ଗାଡ଼ିକୁ ଉଦ୍ଧାର କରିଛି । ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ବାଲେଶ୍ଵର ଏସ୍ପି ଓ ଜିଲ୍ଲାପାଳ ପହଞ୍ଚି ଉଭୟଙ୍କୁ ଦେଖାକରିବା ସହ ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି । ଏହାସହ ଘଟଣାସ୍ଥଳରେ ଏକ ପୁଲିସ୍ ଟିମ୍ ପହଞ୍ଚି ତନାଘନା ଆରମ୍ଭ କରିଛି । ଆକ୍ରମଣକାରୀଙ୍କୁ ଚିହ୍ନଟ କରି ଖିବ ଶୀଘ୍ର ଗିରଫ କରାଯିବ ବୋଲି ଏସପି କହିଛନ୍ତି ।












Click it and Unblock the Notifications