Get Updates
Get notified of breaking news, exclusive insights, and must-see stories!

ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଏହି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୨୫୦୦ ଦୀପ ବ୍ୟବହାର କରି ସେ ଏହି ବାଲୁକା କଳା କରିଛନ୍ତି । ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆକର୍ଷଣୀୟ ବାଲୁକା କଳା କରିଛନ୍ତି ସୁଦର୍ଶନ । ନ୍ୟାସନାଲ୍ ଗ୍ୟାଲେରି ଅଫ୍ ମର୍ଡନ୍ ଆର୍ଟରେ ବାଲୁକା କଳା ହୋଇଛି ।

ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି । ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ନିରୋଗୀ, ସୁସ୍ଥ ରୁହନ୍ତୁ ମୋଦିଥିଲେ ସବୁ ସମ୍ଭବ ବୋଲି ସେ କହିଛନ୍ତି । ବିମାନ ବନ୍ଦରେରୁ ସେ ସିଧା ଗାଡ଼କଣ ବସ୍ତିକୁ ଯିବେ ସେଠାରେ ପିଏମ୍‌ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହାପରେ ଜନତା ମଇଦାନ ଆସିବେ ।

Sand sculptor Sudarshan Pattanaik

ଅନ୍ୟପକ୍ଷେ ମୋଦିଙ୍କୁ କ୍ଷିରୀ ଖାଇବାକୁ ଦେବେ ମହିଳା । ଗାଡ଼କଣ ଗାଁକୁ ଯିବା ଅବସରରେ ତାଙ୍କୁ ଏହି କ୍ଷିରୀ ଖାଇବାକୁ ଦିଆଯିବ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଏନେଇ ପ୍ରସ୍ତୁତି ହୋଇଛି । ତାଙ୍କ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଛନ୍ତି ।

ତେବେ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ୧୧ଟା ୫୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରାୟ ୧ ଘଣ୍ଟା ରହି ଅପରାହ୍ନ ୧ଟା ୨୦ ମିନଟରେ ନୂଆଦିଲ୍ଲୀଫେରିଯିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି ।

ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।ଜନତା ମଇଦାନର ୭ ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ମଧ୍ୟ ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକ ପ୍ରବେଶ ପାଇଁ ଗାନ୍ଧୀପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଭିଆଇପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଜନତା ମଇଦାନର ମୁଖ୍ୟ ଗେଟ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+