ସରସ୍ବତୀ ପୂଜା ଦ୍ବନ୍ଦ୍ବ ଦୂର କଲେ ଶ୍ରୀମନ୍ଦିର ପ୍ରଶାସନ: ଫେବ୍ରୁଆରୀ ୨ରେ ସରସ୍ବତୀ ପୂଜା, ରଥ କାଠ ଅନୁକୂଳ
ସରସ୍ବତୀ ପୂଜା ତାରିଖ ଦ୍ବନ୍ଦ୍ବ ଦୂର କଲେ ଶ୍ରୀମନ୍ଦିର ପ୍ରଶାସନ। ଫେବ୍ରୁଆରୀ ୨ ତାରିଖରେ ପାଳିତ ହେବ ସରସ୍ବତୀ ପୂଜା। ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ନୀତି ପ୍ରଶାସକ। ବିଧି ଅନୁସାରେ ସେହି ଦିନ ରଥ କାଠ ଅନୁକୂଳ କରାଯିବ କହିଲେ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।

ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ୱତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।
ପ୍ରାଚୀନ କାଳରେ ରାଜା ମହାରାଜାମାନେ ଶ୍ରୀ ପଞ୍ଚମୀକୁ 'ରତିକାମ ମହୋତ୍ସବ' ରୂପେ ପାଳନ କରୁଥିଲେ ।












Click it and Unblock the Notifications