ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ ସାବିତ୍ରୀ ଛୁଟି
ରାଜ୍ୟ ସରକାରଙ୍କ ପକ୍ଷରୁ ସାବିତ୍ରୀ ଛୁଟି ତାରିଖ ବଦଳା ଯାଇଛି। ପୂର୍ବରୁ ମେ ୨୭ ତାରିଖରେ ସାବିତ୍ରୀ ପଡୁଥିବା ବେଳେ ବର୍ତ୍ତମାନ ୨୬ ତାରିଖରେ ଏହା ପାଳନ କରାଯିବ ବୋଲି ଜଣା ପଡିଛି। ଛୁଟି ତାରିଖରେ ପରିବର୍ତ୍ତନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁର ପ୍ରଦାନ କରିଛନ୍ତି।
ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି। ଫଳରେ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।












Click it and Unblock the Notifications