ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମହାଦେବଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ । ରାଜ୍ୟର ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ସମାଗମ । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି ଶିବଙ୍କ ମସ୍ତକରେ ଜଳଲାଗି କରିଥାନ୍ତି ।

Sawan Somwar

ଆଜି ଶ୍ରାବଣ ମାସ ପ୍ରଥମ ସୋମବାର ପାଇଁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବା ପାଇଁ ମିଳୁଛି । ଭୋର ୩ ଟାରୁ ଦ୍ୱାର ଫିଟା ଯାଇ ପୂଜର୍ଚ୍ଚନା ଆରମ୍ଭ ହୋଇଥିଲା । ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ସାହାଣ ମେଲା ଦର୍ଶନ । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ସେହିପରି ବାବା ଧବଳେଶ୍ୱର, ଭଦ୍ରକ ଆଖଣ୍ତଳମଣି ପୀଠ, କପିଳାସର ବାବା ଚନ୍ଦ୍ରଶେଖର, ନୟାଗଡ଼ ଶରଣକୂଳର ଲଡୁ ବାବା, ପୁରୀର ଲୋକନାଥ ବାବା, ଗୁପ୍ତେଶ୍ୱର ମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବା ପାଇଁ ମିଳିଥିଲା ।

ବିଶ୍ୱାସ କରାଯାଏ ଯେ ଏହି ମାସରେ ଭଗବାନ ଶିବଙ୍କୁ ପୂଜା କରୁଥିବା ଭକ୍ତଙ୍କର ସମସ୍ତ ଇଚ୍ଛା ନିଶ୍ଚିତ ଭାବରେ ପୂରଣ ହୁଏ। ଶ୍ରାବଣ ମାସରେ ବେଲପତ୍ର, ଭାଙ୍ଗ ସହିତ ପୂଜା କରିବା ଏବଂ ଜଳ ଅର୍ପଣ କରିବା ଅତ୍ୟନ୍ତ ଫଳପ୍ରଦ ଏବଂ ଶୁଭ ଅଟେ । ସୋମବାର ଉପବାସ କରିବା ଏବଂ ଗଙ୍ଗାରେ ଗାଧୋଇବା ଗୁରୁତ୍ୱପୂର୍ଣ୍ଣ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+