ସୁଭଦ୍ରା ପାଇଁ ମଙ୍ଗଳବାର ସ୍କୁଲ-କଲେଜ ଛୁଟି, ବନ୍ଦ ରହିବ ଏହି କାର୍ଯ୍ୟାଳୟ

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ଓଡ଼ିଶାରେ ଆରମ୍ଭ ହେବ ମହିଳା ବିକାଶଭିମୁଖୀ ଯୋଜନା 'ସୁଭଦ୍ରା' ଯୋଜନା । ପ୍ରଧାନମନ୍ତ୍ରୀ ଦରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ କରି ଏହି ଯୋଜନାର ଶୁଭାରମ୍ଭ କରିବେ । ତେବେ ଏହି ପରିପ୍ରେକ୍ଷୀରେ ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି କରିବା ପାଇଁ ଘୋଷଣା କରାଯାଇଛି ।

ସେହିପରି ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି ।

school and colleges t

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ ହେବାକୁ ଥିବା 'ସୁଭଦ୍ରା' ଯୋଜନା ଉପଲକ୍ଷେ ରାଜ୍ୟ ସରକାର ଆସନ୍ତା ୧୭ତାରିଖ(ମଙ୍ଗଳବାର) ଦିନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅନ୍ତର୍ଗତ ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+