For Quick Alerts
For Daily Alerts
ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମହାରାଷ୍ଟ୍ର, ଗୁଜରାଟ ଭଳି କିଛି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ବିଚାର ବିମର୍ଶ କରି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ।

ପୂର୍ବରୁ ନବମ, ଦଶମ, ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଖୋଲିଛି। ଅନ୍ୟ ଶ୍ରେଣୀର କ୍ଲାସ୍ ପାଇଁ କୌଣସି ନିଷ୍ପତ୍ତି ହୋଇନଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍ୱତନ୍ତ୍ର ଭାବେ ପାଠ ପଢ଼ା ହେଉଛି।
ସେପଟେ ଗତକାଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ଲୋକେ ନିୟମକୁ ମାନନ୍ତି, ତେବେ ଲକଡାଉନର ଆବଶ୍ୟକତା ପଡ଼ିବନି। କିନ୍ତୁ ସ୍ଥିତି ବିଗିଡ଼ିଲେ ନିଷ୍ପତ୍ତି ବଦଳିପାରେ ବୋଲି କହିଥିଲେ।