ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ
ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।
ଭୁବନେଶ୍ୱର: ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମହାରାଷ୍ଟ୍ର, ଗୁଜରାଟ ଭଳି କିଛି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ବିଚାର ବିମର୍ଶ କରି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ।

ପୂର୍ବରୁ ନବମ, ଦଶମ, ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଖୋଲିଛି। ଅନ୍ୟ ଶ୍ରେଣୀର କ୍ଲାସ୍ ପାଇଁ କୌଣସି ନିଷ୍ପତ୍ତି ହୋଇନଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍ୱତନ୍ତ୍ର ଭାବେ ପାଠ ପଢ଼ା ହେଉଛି।
ସେପଟେ ଗତକାଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ଲୋକେ ନିୟମକୁ ମାନନ୍ତି, ତେବେ ଲକଡାଉନର ଆବଶ୍ୟକତା ପଡ଼ିବନି। କିନ୍ତୁ ସ୍ଥିତି ବିଗିଡ଼ିଲେ ନିଷ୍ପତ୍ତି ବଦଳିପାରେ ବୋଲି କହିଥିଲେ।












Click it and Unblock the Notifications