କାଲି ଯାଜପୁର ପୌରାଞ୍ଚଳରେ ସ୍କୁଲ୍ ଛୁଟି, ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ଘୋଷଣା କଲେ ବିଇଓ
ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ରାତ୍ରିଯାପନ କରିବେ । ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆସନ୍ତା ତିନି ତାରିଖରେ ରାଷ୍ଟ୍ରପତି ଯାଜପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଯାଜପୁର ପୌରାଞ୍ଚଳରେ ସ୍କୁଲ ଛୁଟି କରାଯାଇଛି । ତିନି ତାରିଖରେ ରାଷ୍ଟ୍ରପତି ମା' ବିରଜାଙ୍କ ଦର୍ଶନ କରିବା ସହ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ପୌରପାଳିକା ସମେତ ସହର ସଂଲଗ୍ନ ସବୁ ସ୍କୁଲ ବନ୍ଦ ରହିବ । ଜିଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ଘୋଷଣା କଲେ ବିଇଓ ।
More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ







Click it and Unblock the Notifications