School Open: ୧୭ରୁ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ, ନିର୍ଦ୍ଦେଶ ଜାରି
ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ।
ବିଭାଗର ବାର୍ଷିକ କ୍ୟାଲେଣ୍ଡର ଅନୁଯାୟୀ ଆସନ୍ତା ୧୭ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ବିଦ୍ୟାଳୟ ଖୋଲିବାକୁ ଆଉ ମାତ୍ର ୧୦ଦିନ ଥିବାବେଳେ ଏନେଇ ସମୀକ୍ଷା ସରିଛି ।
ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ ଦିନକ ପୂର୍ବରୁ ସମସ୍ତ ଶିକ୍ଷକ, କର୍ମଚାରୀ କାର୍ଯ୍ୟରେ ଯୋଗଦେବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍କୁଲ ଖୋଲିବାର ସପ୍ତାହେ ପୂର୍ବରୁ ସମସ୍ତ ଶ୍ରେଣୀଗୃହ ଓ କ୍ୟାମ୍ପସକୁ ସଫାସୁତୁରା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ପାଣି ଟାଙ୍କି ସଫା କରିବା, ଶ୍ରେଣୀଗୃହର ଆସବାବପତ୍ର ସଫା କରି ଠିକ୍ ଭାବେ ସଜାଇବା ଓ ଶୌଚାଳୟକୁ ବ୍ୟବହାର ଉପଯୋଗୀ କରିବାକୁ କହିଛନ୍ତି।
ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ ଘର, ଗ୍ୟାସ୍ ଚୁଲା ପରି ଆନୁଷଙ୍ଗିକ ପ୍ରସ୍ତୁତି କରିବା, ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରୀ ସହ ଇଣ୍ଟରନେଟ୍ ସଂଯୋଗ ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲା ଶିକ୍ଷାଧିକରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ୍ ୧୭ତାରିଖ ଦିନ ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ସମେତ ରୋଷେୟା ଓ ସହାୟକ କାର୍ଯ୍ୟରେ ଯୋଗଦେବେ। ସ୍କୁଲରେ ସ୍ବଚ୍ଛତା ନେଇ ସମସ୍ତ କାର୍ଯ୍ୟ ହୋଇଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ୧୭ ତାରିଖରେ ଜିଲା ଏବଂ ରାଜ୍ୟ ଯାଞ୍ଚ ଟିମ୍ ସ୍କୁଲ ପରିଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି।












Click it and Unblock the Notifications