ଚଳିତ ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ କୋଡିଂ ଓ ଆଇଟି

ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ 'କୌଶଳୀ' ସ୍କୁଲ କ୍ଲବ୍‌ ଜରିଆରେ ପାଇବେ ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷା । ସେମାନଙ୍କୁ ଶିକ୍ଷାଦାନ କରିବା ପାଇଁ ରାଜ୍ୟସ୍ତରରେ ପ୍ରଶିକ୍ଷଣ ଆରମ୍ଭ ହୋଇଛି । ଗୁରୁବାରଠାରୁ ତିନିଦିନ ଧରି ଭୁବନେଶ୍ୱରର 3ଟି ଉଚ୍ଚ ବିଦ୍ୟାଳୟରେ ମୁଖ୍ୟ ପ୍ରଶିକ୍ଷକମାନଙ୍କୁ(ମାଷ୍ଟର ଟ୍ରେନର) ତାଲିମ ଦିଆଯାଉଛି । ୟୁନିଟ୍‌ 8 ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌ 8 ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ସୟଦ୍‌ ମମତାଜ ଅଲ୍ଲୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍‌ସ୍ତରରୁ ହେଉଥିବା ଏହି ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମରେ 89 ଜଣ ବିଜ୍ଞାନ ଶିକ୍ଷକ ଯୋଗ ଦେଇଛନ୍ତି । ପ୍ରଯୁକ୍ତିବିଦ୍ୟା ବିଶେଷଜ୍ଞମାନେ ପ୍ରଶିକ୍ଷଣ ଦେଉଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ 'ମୋ ସ୍କୁଲ' ଏହି କାର୍ଯ୍ୟକ୍ରମକୁ ପରିଚାଳନା କରୁଛି ।

school

ବିଦ୍ୟାଳୟଗୁଡିକରେ ସ୍କୁଲ କ୍ଲବ୍‌ ମାଧ୍ୟମରେ ଆକାଂକ୍ଷୀ ପାଠ୍ୟକ୍ରମର ପ୍ରଚଳନ କରାଯାଉଛି । ପାଠ୍ୟକ୍ରମରେ 4ଟି ସ୍କୁଲ କ୍ଲବ୍‌ (କ୍ରୀଡାଙ୍ଗନ, କୌଶଳୀ, ସାହିତ୍ୟ ସୃଜନୀ, ଜିଜ୍ଞାସା) ନୂତନ ଭାବେ କାର୍ଯ୍ୟକାରୀ ହେବାକୁ ଯାଉଛି । ଏହାକୁ ସଫଳ ପରିଚାଳନା ପାଇଁ ଏବେ ମୁଖ୍ୟ ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ ରାଜ୍ୟସ୍ତରରେ ଦିଆଯାଉଛି । ଗତ ସପ୍ତାହ ରେ କ୍ରୀଡାଙ୍ଗନ କ୍ଲବ ପାଇଁ ପ୍ରଶିକ୍ଷଣ ଶେଷ ହେ।ଇଛି । ଏବେ କୌଶଳୀ କ୍ଲବ୍‌ର ପ୍ରଶିକ୍ଷଣ ଆରମ୍ଭ ହୋଇଛି । ପର୍ଯ୍ୟାୟକ୍ରମେ ପ୍ରତି ବ୍ଲକ୍‌ରୁ ଜଣେ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବାର କାର୍ଯ୍ୟକ୍ରମ ରହିଛି । ପରବର୍ତ୍ତୀ ସମୟରେ ମୁଖ୍ୟ ପ୍ରଶିକ୍ଷକମାନେ ବ୍ଲକ୍‌ସ୍ତରରେ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ଦେବେ ।

ଜାତୀୟସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନର ସହଭାଗିତାରେ 'ମୋ ସ୍କୁଲ' ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରୁଛି । ବର୍ତ୍ତମାନ ସମୟର ଆହ୍ୱାନ ଅନୁସାରେ ଛାତ୍ରଛାତ୍ରୀଙ୍କର ପ୍ରଯୁକ୍ତିବିଦ୍ୟା ଓ କୋଡିଂ ଶିକ୍ଷାର ଆବଶ୍ୟକତାକୁ ଭିତ୍ତିକରି ଶିକ୍ଷା ବିଭାଗ ଏଭଳି ଏକ ନୂତନ ପାଠ୍ୟକ୍ରମକୁ ବିଶେଷ ଗୁରୁତ୍ୱ ଦେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+