Get Updates
Get notified of breaking news, exclusive insights, and must-see stories!

ସ୍କୁଲ ରୂପାନ୍ତରଣର: ଦ୍ବିତୀୟ ପର୍ଯ୍ୟାୟର ଶେଷ ଦିନରେ ଲୋକାର୍ପିତ ହେଲା 416 ରୂପାନ୍ତରିତ ସ୍କୁଲ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ 1075 ଟି ସ୍କୁ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ 1075 ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ, ଦ୍ବିତୀୟ ପର୍ଯ୍ୟାୟରେ 2906ଟି ସ୍କୁଲର ରୂପାନ୍ତରଣ ହୋଇଛି ।

 School Transformation

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ । ଏହା ପିଲା ମାନଙ୍କର ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି । ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସ୍କୁଲ ରୂପାନ୍ତର ବାସ୍ତବରେ ଓଡିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ସେ କହିଥିଲେ ।

ସେହିପରି ପିଲାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ଅତ୍ୟନ୍ତ ଉତ୍ସାହର ସହିତ ନିଜ ଭବିଷ୍ୟତର ସ୍ବପ୍ନକୁ ଉପସ୍ଥାପିତ କରିଥିଲେ। ସେମାନଙ୍କ ଭିତରେ ଆତ୍ମବିଶ୍ବାସ ଝରି ଉଠୁଥିଲା। ସେମାନେ କହିଥିଲେ ଯେ ଉନ୍ନତ ସୁବିଧା ସହିତ ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଯୋଗୁଁ, ଯେ କୌଣସି ବିଷୟରେ ସେମାନେ ତୁରନ୍ତ ଆବଶ୍ୟକୀୟ ତଥ୍ୟ ବା ଜ୍ଞାନ ପାଇପାରୁଛନ୍ତି। ସାରା ବିଶ୍ବର ଜ୍ଞାନ ଏବେ ସେମାନଙ୍କ ହାତ ମୁଠାରେ। ତେଣୁ ରୂପାନ୍ତର ଯୋଗୁ ଏବେ ସ୍କୁଲ ସେମାନଙ୍କ ପାଇଁ ପ୍ରକୃତରେ ଏକ ଜ୍ଞାନ ମନ୍ଦିର ହୋଇପାରିଛି ବୋଲି ସେମାନେ କହିଥିଲେ. ସେମାନଙ୍କ ସ୍କୁଲ ଏବେ ଉତ୍କର୍ଷର କେନ୍ଦ୍ର ହୋଇଛି ବୋଲି ପିଲାମାନେ ମତ ଦେଇଥିଲେ ।

ଏହି ଅବସରରେ ଆଲୋଚନାରେ ଭାଗ ନେଇ କୋରାପୁଟରୁ ନିବେଦିତା, ଗଜପତିରୁ ରେଶମା, ସମ୍ବଲପୁରରୁ ଆକୃତି ବଲାଙ୍ଗୀରରୁ ଅଞ୍ଜନେୟ ଏହଂ ଯାଜପୁରରୁ ମନୀଷା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାର ୯୫ଟି ହାଇସ୍କୁଲ, ଗଜପତିର ୩୧ଟି, ସମ୍ବଲପୁରର ୪୦ଟି, ବଲାଙ୍ଗୀରର ୧୦୦ଟି ଓ ଯାଜପୁରର ୧୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହା ସହିତ ଦ୍ଵିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ ହୋଇଛି ।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି। ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।

ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ ।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+