ଆଜିଠୁ ଖୋଲିବ ସ୍କୁଲ: କେଉଁ ଜିଲ୍ଲାରେ ଖୋଲିବ ସ୍କୁଲ, କେଉଁଠି ଛୁଟି ?

ସରିଲା ଖରା ଛୁଟି । ଆଜିଠୁ ଖୋଲିବ ସ୍କୁଲ । ତେବେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ଦେଖାଦେଇଛି । ଏବେ ସ୍କୁଲ ଖୋଲିବାକୁ ନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର ।

ପୂର୍ବ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ ଖୋଲିବ । କିନ୍ତୁ ପାଣିପାଗ ସ୍ଥିତିକୁ ନେଇ ସରକାର, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିପାରିବେ ଜିଲ୍ଲାପାଳ ।

୧୦ ଜିଲ୍ଲାରେ ୨୦ ତାରିଖ ଯାଏଁ ସ୍କୁଲ ବନ୍ଦ

ଅନୁକୂଳ ପାଗ ଥିବା ଜିଲ୍ଲା ଗୁଡ଼ିକରେ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ । ସେପଟେ ୧୦ ଜିଲ୍ଲାରେ ସ୍କୁଲ ଛୁଟି କରିବାକୁ ନିଷ୍ପତି ନେଇଛନ୍ତି ଜିଲ୍ଲାପାଳ । ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ଗଜପତିରେ ଛୁଟି ରହିବ ସ୍କୁଲ । ସେହିପରି ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଜଗତସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା, ପୁରୀ, କୋରାପୁଟ, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଖୋଲା ରହିବ ।

School will open today

ଶ୍ରୀ ଗଣ୍ଡ କହିଥିଲେ ଯେ, ଯେଉଁଠି ପାଗ ଅନୁକୂଳ ଥିବ, ସେଠାରେ ସକାଳ ସାଢ଼େ ୬ରୁ ସାଢ଼େ ୧୦ ଯାଏଁ ବିଦ୍ୟାଳୟ ଖୋଲାଯାଇପାରିବ । ଆସନ୍ତା ୨୦ ତାରିଖ ଯାଏ ଏହି ନିଷ୍ପତ୍ତି ବଳବତ୍ତର ରହିବ । ଅନ୍ୟପଟରେ ଜିଲ୍ଲାର ପାଗକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ଏସଂକ୍ରାନ୍ତରେ ନିଷ୍ପତ୍ତି ନେବେ ।

ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ବଦଳାଇଛନ୍ତି ରାଜ୍ୟ ସରକାର। ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛାଡ଼ିଛନ୍ତି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ୍‌ ଖୋଲିପାରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ 'X'ରେ ଜଣାଇଥିଲେ ଯେ, ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଯଦି ପାଣିପାଗ ଅନୁକୂଳ ରହିବ, ତାହାହେଲେ ସକାଳ ସାଢ଼େ ଟାରୁ ସାଢ଼େ ୧୦ ଟା ପର୍ଯ୍ୟନ୍ତ ସ୍କୁଲ୍‌ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

ସୂଚନାରୁ ପ୍ରକାଶ, ସମଗ୍ର ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ପୂର୍ବରୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ସେଥିପାଇଁ ପ୍ରାକ୍‌ ପ୍ରସ୍ତୁତି କରାଯାଇଥିଲା। ହେଲେ ପାଣିପାଗ ବିଭାଗ ଜାରି କରିଥିବା ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ବୁଲେଟିନ୍‌କୁ ନେଇ ଚିନ୍ତାରେ ପଡ଼ି ଯାଇଛି ସ୍କୁଲ ଓ ଗଣ ଶିକ୍ଷାବିଭାଗ। ଶେଷରେ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ବଦଳାଇଛନ୍ତି। ପାଣିପାଗ ସ୍ଥିତି ଦେଖି ନିଷ୍ପତ୍ତି ନେବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+