ଥମୁନି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ, ଗତ 24 ଘଣ୍ଚାରେ ଚିହ୍ନଟ ହେଲେ ଆଉ 20 ରୋଗୀ
ସୁନ୍ଦରଗଡ଼: ଥମିବାର ନାଁ ଧରୁନି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ । ଦିନକୁ ଦିନ ଏହାର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଏହାର କାୟା ବିସ୍ତାର କରି ଚାଲିଛି ।
ଏହି ସମୟରେ ଗତ 24 ଘଣ୍ଟାରେ ଆଉ 20 ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 292 ରେ ପହଞ୍ଚିଛି । ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ICU ରେ ଜଣେ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି ।

ଏଭଳି ସ୍ଥିତିରେ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ୱର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଦିଆଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଯେକୌଣସି ବେସରକାରୀ ଡାକ୍ତରଖାନାରେ ଆକ୍ରାନ୍ତ ଚିହ୍ନଟ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କିମ୍ବା ରାଉରକେଲା ଆରଜିଏଚକୁ ପଠାଇବାକୁ କୁହାଯାଇଛି । ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନା କରାଯାଉଥିବା ବେଳେ ବିଭିନ୍ନ ଛକ ଓ ହାଟ ମାନଙ୍କରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି ।
ଗତ ଜାନୁଆରୀ ମାସରୁ ସ୍କ୍ରବ୍ ଟାଇଫସ ଜିଲ୍ଲାରେ ଚିହ୍ନଟ ହୋଇଥିବା ବେଳେ ଅଗଷ୍ଟ ମାସରୁ ଏହି ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି ।












Click it and Unblock the Notifications