ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇପସ୍ ଆତଙ୍କ, ଚିହ୍ନଟ ହେଲେ ଆଉ 6 ଆକ୍ରାନ୍ତ

ଥମୁନି ସ୍କ୍ରୂବ୍ ଟାଇଫସ୍ ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାରେ ଏହାର ପ୍ରକୋପ ବେଶୀ ଦେଖିବାକୁ ମିଳିଛି ।

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ଆଉ 6 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 361 ରେ ପହଁଚିଛି । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

scrub typhus

ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି।ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି ।

ଆପଣଙ୍କୁ କହି ରଖୁଛୁ ଯେ, ଗତ ଜାନୁଆରି ମାସରୁ ଆଜି ମଧ୍ୟରେ ମୋଟ 361 ଜଣ ସ୍କ୍ରବ୍‌ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ରୋଗରେ ଆକ୍ରାନ୍ତ ହୋଇ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ।

କୀଟ ଦଂଶନରୁ ଏହି ରୋଗ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+